ପଣ୍ୟ ବୋଝେଇରେ ନୂତନ ରେକର୍ଡ

ଭୁବନେଶ୍ୱର,୨୫ା୩: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥ ପଣ୍ୟ ବୋଝେଇରେ ନୂତନ ରେକର୍ଡ ହାସଲ କରିଛି। ବିଶେଷକରି ଚଳିତ ଆର୍ଥିକ ବର୍ଷ ଶେଷ ହେବା ପୂର୍ବରୁ ପୂର୍ବତଟ ରେଳପଥ ୨୩୨.୨୩ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା ବୋଲି ରେଲଓ୍ବେ ପକ୍ଷରୁ କୁହାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ହେବାର ୧୧ଦିନ ପୂର୍ବରୁ ପୂର୍ବତଟ ରେଳପଥ ତା’ର ପରିସୀମା ମଧ୍ୟରୁ ଉକ୍ତ ପରିମାଣର ପଣ୍ୟ ବୋଝେଇକରି ଏହି ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସେହିଭଳି ଗତ ଆର୍ଥିକ ବର୍ଷର ସମାନ ସମୟ ମଧ୍ୟରେ ପୂର୍ବତଟ ରେଳପଥ ୨୨୩.୬୪ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା ବେଳେ ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ ୨୩୨.୧୩ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା। ଉଲ୍ଲେଖଯୋଗ୍ୟ, ପୂର୍ବତଟ ରେଳପଥ ୨୨୦ ନିୟୁତ ଟନ୍‌ ଏବଂ ୨୩୦ ନିୟୁତ ଟନ୍‌ର ମାଇଲଖୁଣ୍ଟ ଅତିକ୍ରମ କରିସାରିଥିବାବେଳେ ଚଳିତ ଆର୍ଥିକ ବର୍ଷରେ ୨୪୦ନିୟୁତ ଟନ୍‌ ଅତିକ୍ରମ କରିବାକୁ ପୂର୍ବତଟ ରେଳପଥ ଦୃଢ଼ ବିଶ୍ୱାସ ରଖିଛି। ପୂର୍ବତଟ ରେଳପଥ ପାଇଁ ଚଳିତ ଆର୍ଥିକ ବର୍ଷରେ ୨୪୦.୬୦ନିୟୁତ ଟନ୍‌ ପଣ୍ୟ ବୋଝେଇ କରିବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେହିପରି ପଣ୍ୟ ପରିବହନ କ୍ଷେତ୍ରରୁ ପୂର୍ବତଟ ରେଳପଥ ୨୦୨୨-୨୩ ଆର୍ଥିକ ବର୍ଷର ଉପରୋକ୍ତ ସମୟ ମଧ୍ୟରେ ୨୩,୮୭୨.୬୯ କୋଟି ଟଙ୍କା ଆୟ କରିଛି, ଯାହା ଗତ ଆର୍ଥିକ ବର୍ଷରେ ସମୁଦାୟ ଆୟ ୨୨,୧୮୪.୮୫ କୋଟି ଟଙ୍କାକୁ ଅତିକ୍ରମକରି ପ୍ରାୟ ୭.୬% ବୃଦ୍ଧି ଆଣି ପାରିଛି। ଅପରପକ୍ଷରେ ପଣ୍ୟ ବୋଝେଇ ଏବଂ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ ଅନେକ ପ୍ରତିବନ୍ଧକ ଏବଂ ପ୍ରତିକୂଳ ପ୍ରଭାବ ସତ୍ତ୍ୱେ ପୂର୍ବତଟ ରେଳପଥ ଉକ୍ତ ରେକର୍ଡ ହାସଲ କରିଛି। ରେଳ ମନ୍ତ୍ରଣାଳୟର ଅଭିନବ ପଦକ୍ଷେପ ଏବଂ ପ୍ରମୁଖ ହସ୍ତକ୍ଷେପ ଉପରେ ଧ୍ୟାନଦେଇ ଗତ ଆର୍ଥିକ ବର୍ଷର ପଣ୍ୟ ବୋଝେଇକୁ ଅତିକ୍ରମ କରି ପୂର୍ବତଟ ରେଳପଥ ରେକର୍ଡ ହାସଲ ସହ ଫାଷ୍ଟ-ଟ୍ରାକ୍‌ରେ ପହଞ୍ଚାଇବାରେ ସାହାଯ୍ୟ କରିଛି। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଉକ୍ତ ସଫଳତା ପାଇଁ ପୂର୍ବତଟ ରେଳପଥର ୩ ରେଳ ମଣ୍ଡଳ ଓ ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଶ୍ରେୟ ଦେଇଛନ୍ତି। ଏହା ସହିତ ସେ ରେଳପଥର ସହଭାଗୀ କୋଲିୟାରୀ, ବନ୍ଦର, ଇସ୍ପାତ କାରଖାନା, ସିମେଣ୍ଟ, ଆଲୁମିନା ପ୍ଲାଣ୍ଟ, ପେଟ୍ରୋଲିୟମ କମ୍ପାନୀ ଏବଂ ଖାଦ୍ୟ ନିଗମ ସମେତ ସମସ୍ତ ହିତାଧିକାରୀଙ୍କ ଉଦ୍ୟମ ଏବଂ ସହଯୋଗ ଯୋଗୁ ଏହି ସଫଳତା ମିଳିପାରିଛି ବୋଲି ଶର୍ମା ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri