ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି

ପୁରୀ ଅଫିସ, ୧୮।୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି କରାଯାଇଛି। ଜାରି ହୋଇଥିବା ନୂଆ ଏସ୍‌ଓପି ଚଳିତ ମାସ ୨୧ତାରିଖ ଅର୍ଥାତ ସୋମବାରଠାରୁ ଲାଗୁ ହେବ। କୋଭିଡ୍‌ର ତୃତୀୟ ଲହରି ପ୍ରଭାବ କମୁଥିବାରୁ ଦର୍ଶନ କଟକଣାରେ ପ୍ରଶାସନ ପକ୍ଷରୁ କୋହଳ କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ନୂତନ ଏସ୍‌ଓପି ଅନୁଯାୟୀ ଶ୍ରଦ୍ଧାଳୁମାନେ ଚଳିତ ମାସ ୨୧ ତାରିଖରୁ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଏଣିକି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ କୋଭିଡ୍‌ ପ୍ରମାଣପତ୍ରର ଆବଶ୍ୟକ ପଡ଼ିବ ନାହିଁ। ଏପରିକି ଆର୍‌ଟି-ପିସିଆର ପ୍ରମାଣପତ୍ର ମଧ୍ୟ ଦରକାର ନାହିଁ। କିନ୍ତୁ ଭକ୍ତମାନେ ସାମାଜିକ ଦୂରତା ରଖିବା ସହ ମୁହଁରେ ମାସ୍କ ପରିଧାନ କରିବେ। ପୂର୍ବ ଭଳି ରବିବାର ଶ୍ରୀମନ୍ଦିର ସାନିଟାଇଜ୍‌ ପାଇଁ ଭକ୍ତଙ୍କ ପାଇଁ ବନ୍ଦ ରହିବ। ବରିଷ୍ଠ ନାଗରିକ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସେହିଭଳି ଭକ୍ତମାନଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା କରାଯିବ ବୋଲି ସୂଚନା ମିଳିଛି। ଗତ ୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବକମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କୋଭିଡ୍‌ ସ୍ଥିତିକୁ ନେଇ ସମୀକ୍ଷା କରାଯାଇ ଏହି ଏସ୍‌ଓପି ସମ୍ପର୍କରେ ଆଲୋଚନା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri