ଭୁବନେଶ୍ୱରରେ ହେବ ନୂଆ ଷ୍ଟାଡିୟମ୍‌

ଭୁବନେଶ୍ୱର,୨୬ା୭(ସୁନୀତ ମିଶ୍ର): ରାଜ୍ୟ ସରକାର ଭୁବନେଶ୍ୱରରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ସହ ଏକ ନୂତନ ଷ୍ଟାଡିୟମ୍‌ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ବଜେଟରେ ୯୫୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ରାଜ୍ୟର କ୍ରୀଡ଼ା ଓ ଯୁବସେବା ପାଇଁ ୧,୩୧୫ କୋଟି ଟଙ୍କା ବ୍ୟୟବରାଦ ପ୍ରସ୍ତାବ ରହିଛି। କ୍ରୀଡ଼ା ପ୍ରୋତ୍ସାହନ ପାଇଁ ସରକାର ପ୍ରଥମଥର ପାଇଁ ରାଜ୍ୟର ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରି କ୍ରୀଡ଼ାନୀତି ଆରମ୍ଭ କରିବେ। ସେହିପରି ସମଗ୍ର ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ପ୍ରୟାସ କରିବେ। ଏଥିପାଇଁ ତୃଣମୂଳସ୍ତରରେ କ୍ରୀଡ଼ାର ବିକାଶ ଓ ମିନି ଷ୍ଟାଡିୟମ୍‌ଗୁଡ଼ିକୁ ସକ୍ରିୟ କରିବା, ଜିଲାସ୍ତରୀୟ କ୍ରୀଡ଼ା ଏକାଡେମୀ ପ୍ରତିଷ୍ଠା, ପ୍ରତ୍ୟେକ ଜିଲାର ଲୋକପ୍ରିୟ କ୍ରୀଡ଼ାକୁ ପ୍ରୋତ୍ସାହନ ଏବଂ ରାଜ୍ୟର ୪ଟି ଜୋନ୍‌ରେ ଅତ୍ୟାଧୁନିକ ଏକାଡେମୀ ପ୍ରତିଷ୍ଠା ଆଦି ପଦକ୍ଷେପ ଗ୍ରହଣ କରାଯିବ। ଏତଦ୍‌ବ୍ୟତୀତ ଯୁବବର୍ଗର ସମନ୍ବିତ ବିକାଶ ପାଇଁ ଏକ ନୂତନ ଯୋଜନା ‘ଯୁବ ଶକ୍ତି’ ଅଧୀନରେ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସମଗ୍ର ରାଜ୍ୟରେ ବ୍ୟାପକ ପ୍ରତିଭା ଚିହ୍ନଟ ଓ ଆର୍ଥିକ ସହାୟତା ମାଧ୍ୟମରେ ଯୁବ ମେଧାବୀ କ୍ରୀଡ଼ାବିତ୍‌ମାନଙ୍କୁ ପ୍ରୋତ୍ସାହନ କରାଯିବ। ଏଥିପାଇଁ ସରକାର ‘ଖେଳରତ୍ନ ଖୋଜା ଅଭିଯାନ’ କାର୍ଯ୍ୟକାରୀ କରିବେ।

ଜଗନ୍ନାଥ ସଂସ୍କୃତି: ୫୦୦ କୋଟିର କର୍ପସ ଫଣ୍ଡ

ସାଂସ୍କୃତିକ ବିବିଧତା ପାଇଁ ଓଡ଼ିଶା ସାରା ବିଶ୍ୱରେ ପରିଚିତ। ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଚାର ତଥା ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିବେ। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ୪୨୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ତେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ସଂସ୍କୃତିର ପ୍ରାଣକେନ୍ଦ୍ର। ତେଣୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବଜେଟରେ ବ୍ୟବସ୍ଥା କରିଛନ୍ତି। ଏତଦ୍‌ବ୍ୟତୀତ କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ ତାରିଣୀ ପୀଠର ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ଓଡ଼ିଆ ଅସ୍ମିତା: ୨୦୦ କୋଟିର କର୍ପସ ଫଣ୍ଡ

ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାର ବହୁଳ ବ୍ୟବହାର ପାଇଁ ପ୍ରତିବଦ୍ଧ। ଏଣୁ ଓଡ଼ିଆ ଅସ୍ମିତାର ପ୍ରଚାର ପ୍ରସାର ନିମନ୍ତେ ୨୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ କରିବାକୁ ଗୁରୁବାର ଉପସ୍ଥାପିତ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟରେ ପ୍ରସ୍ତାବ ରଖିଛନ୍ତି। ଓଡ଼ିଆ ଅସ୍ମିତାର ପୁନରୁଦ୍ଧାର ଏବଂ ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ କେତେକ ପଦକ୍ଷେପ ଗ୍ରହଣ କରାଯିବ। ସେଗୁଡ଼ିକ ହେଲା ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା, ତାଳପତ୍ର ପାଣ୍ଡୁଲିପି ପାଇଁ ବିଶ୍ୱସ୍ତରୀୟ ସଂଗ୍ରହାଳୟ ପ୍ରତିଷ୍ଠା, ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ, ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ, ଜିଲାସ୍ତରୀୟ ଇ-ପାଠାଗାର ପ୍ରତିଷ୍ଠା, ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ଆଦି ପ୍ରମୁଖ। ଅନ୍ୟପକ୍ଷରେ ସତ୍ୟବାଦୀଠାରେ ଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିଭୂମି ବିକାଶ ପାଇଁ ୫୦ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri