ଦୀର୍ଘ ୬ ଘଣ୍ଟାର ଅପରେଶନ ସଫଳ: ବୋରଓ୍ବେଲରେ ଫିଙ୍ଗି ଦିଆଯାଇଥିବା ନବଜାତକ ଜୀବିତ ଅବସ୍ଥାରେ ଉଦ୍ଧାର

ସମ୍ବଲପୁର,୧୨।୧୨: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଥିବା ଏକ ବୋରଓ୍ବେଲ ମଧ୍ୟରେ କେହି ଫିଙ୍ଗି ଚାଲିଯାଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏନେଇ ଜଣାପଡ଼ିବା ପରେ ଦୀର୍ଘ ୬ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ତେବେ ଉଦ୍ଧାର ହେବା ପରେ ଶିଶୁଟିକୁ ଡାକ୍ତରଖାନା ନିଆଯାଇଛି।

ମଙ୍ଗଳବାର ଅପରାହ୍ନରେ ଉକ୍ତ ବୋରଓ୍ବେଲ ମଧ୍ୟରେ ନବଜାତକର କାନ୍ଦ ଶୁଣିବାକୁ ମିଳିଥିଲା। କିଛି ଲୋକ ଶିଶୁଟିଏ ଖସି ପଡ଼ିଛି ବୋଲି ଜାଣିପାରି ପୋଲିସ ଏବଂ ପ୍ରଶାସନକୁ ଖବର ଦେଇଥିଲେ। ଏହାପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

ପୋଲିସ, ଓଡ୍ରାଫ ଏବଂ ଅଗ୍ନିଶମ ଟିମ୍‌ ପହଞ୍ଚିଥିଲେ। ୩ ଜେସିବି ସହାୟତା ଲୋଡ଼ା ଯାଇଥିଲା। ଆମ୍ବୁଲାନ୍ସ ମଧ୍ୟ ଛିଡ଼ା ହୋଇ ରହିଥିଲା। ବିଳମ୍ବ ନକରି ପ୍ରଥମେ ବୋରଓ୍ବେଲକୁ ଅକ୍ସିଜେନ ଦିଆଯାଇଥିଲା। ପାଇପ୍‌ ମଧ୍ୟରେ ଜାକି ହୋଇ ରହିଥିବା ଛୁଆଟିର ମୁଣ୍ଡ ତଳକୁ ଥିଲା। ହେଲେ ସେ କାନ୍ଦୁଥିବାରୁ ଆଶା ବଢ଼ିଥିଲା। ରାତି ହେବା ସତ୍ତ୍ୱେ ଲାଇଟ୍‌ ଲଗାଯାଇ ଅପରେଶନ ଜାରି ରହିଥିଲା। ମାଟି ଖୋଳା ଶେଷ ହେବା ପରେ ଲୁହା ପାଇପ୍‌କୁ କଟାଯାଇ ସତର୍କତାର ସହ ଶିଶୁଟିକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?