ବାପଘରେ ଜୀବନ ହାରିଲେ ନବ ବିବାହିତା ଝିଅ

ଝାରବନ୍ଧ,୧୨।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା କୁର୍ଲୁପାଲ ପଞ୍ଚାୟତ ଅଧୀନ ବେହେରାଡୁବୁରୀ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି। ଜଣେ ନବ ବିବାହିତା ମହିଳା ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ହେଲେ ଅଞ୍ଜଳି ପ୍ରଧାନ(୨୫)। ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଦ୍ମପୁର ପଠାଇଛି। ଏ ନେଇ ଝାରବନ୍ଧ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୮।୨୩) ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ଝାରବନ୍ଧ ଥାନା ବେହେରାଡୁବୁରୀ ଗ୍ରାମର ଶାନ୍ତିଲାଲ ପ୍ରଧାନଙ୍କ ଝିଅ ଅଞ୍ଜଳି ଗତ ୧ ତାରିଖରେ ପାଇକମାଳ ଥାନା ଅଧୀନ ବରତୁଣ୍ଡା ଗ୍ରାମର ଦୁର୍ଲଭ ପ୍ରଧାନଙ୍କ ପୁଅ ଗଙ୍ଗାଧରଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ଶନିବାର ଝିଅର ଶାଶୂ ଘର ଲୋକେ ନିଜ ବୋହୂକୁ ଧରି ବେହେରାଡୁବୁରୀ ଗ୍ରାମକୁ ଆସିଥିଲେ। ତେବେ ଅଞ୍ଜଳି ନିଜ ବାପଘରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଘର କବାଟ ବାଡେଇଥିଲେ ମଧ୍ୟ ସେ ନ ଶୁଣିବାରୁ ଝାରବନ୍ଧ ଥାନାକୁ ଖବର ଦେଇଥିଲେ। ଖବର ପାଇ ଝାରବନ୍ଧ ଥାନା ଅଧିକାରୀଙ୍କ ଦାୟିତ୍ୱରେ ଥିବା ପାଇକମାଳ ଥାନାଧିକାରୀ ସୁଶାନ୍ତ କୁମାର ବଢେଇ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ କବାଟ ଭାଙ୍ଗି ଖୋଲିବାରୁ ଅଞ୍ଜଳିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri