Posted inଜାତୀୟ

ଜୟପ୍ରଦାଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ ଜାରି, ୨୭ ଫେବୃଆରୀ ସୁଦ୍ଧା କୋର୍ଟରେ ହାଜର ପାଇଁ ନିର୍ଦ୍ଦେଶ..

ମୁମ୍ବାଇ,୧୩।୨ : ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ମାମଲାରେ ଅଭିନେତ୍ରୀ ତଥା ରାମପୁର ଏମପି ଜୟାପ୍ରଦା ଅଡୁଆରେ ପଡ଼ିଛନ୍ତି। ଏଥର ମଧ୍ୟ ସେ ଶୁଣାଣି ପାଇଁ କୋର୍ଟରେ ପହଞ୍ଚି ନାହାନ୍ତି। ସପ୍ତମ ଥର ପାଇଁ କୋର୍ଟ ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି।

ପୂର୍ବତନ ଏମପିଙ୍କୁ ଗିରଫ କରିବା ପାଇଁ କୋର୍ଟ ଏକ ସ୍ବତନ୍ତ୍ର ଦଳ ଗଠନ କରିଛନ୍ତି। କୌଣସି ପରିସ୍ଥିତିରେ ଫେବୃଆରୀ ୨୭ ସୁଦ୍ଧା ଅଭିନେତ୍ରୀଙ୍କୁ କୋର୍ଟରେ ହାଜର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଜୟାଙ୍କୁ ସୋମବାର ଅର୍ଥାତ ୧୨ ଫେବୃଆରୀରେ ଶୁଣାଣି ପାଇଁ କୋର୍ଟରେ ପହଞ୍ଚିବାକୁ ଥିଲା। ଯେତେବେଳେ ଅଭିନେତ୍ରୀ କୋର୍ଟରେ ପହଞ୍ଚି ନ ଥିଲେ, କୋର୍ଟ ଉଭୟ ମାମଲାରେ ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ। ତାଙ୍କୁ ଗିରଫ କରାଯାଇ ପରବର୍ତ୍ତୀ ଶୁଣାଣିରେ କୋର୍ଟରେ ହାଜର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

୨୦୧୯ ଲୋକସଭା ନିର୍ବାଚନ ସମୟରେ ଜୟପ୍ରଦାଙ୍କ ବିରୋଧରେ ଦୁଇଟି ଆଚରଣ ବିଧି ଉଲ୍ଲଂଘନ ମାମଲା ରୁଜୁ ହୋଇଥିଲା। ଏହି ମାମଲା ସ୍ବାର ଏବଂ କେମ୍ରି ପୋଲିସ ଷ୍ଟେଶନରେ ପଞ୍ଜିକୃତ ହୋଇଥିଲା। ସ୍ବାରରେ ପଞ୍ଜୀକୃତ ହୋଇଥିବା ମାମଲା ଅନୁଯାୟୀ, ଜୟପ୍ରଦା ଆଚରଣ ବିଧି କାର୍ଯ୍ୟକାରୀ ହେବା ପରେ ମଧ୍ୟ ଏପ୍ରିଲ ୧୯ ରେ ନୁରପୁର ନାମକ ଏକ ଗ୍ରାମରେ ଏକ ରାସ୍ତା ଉଦଘାଟନ କରିଥିବା ଅଭିଯୋଗ ହୋଇଥିଲା। କେମ୍ରି ପୋଲିସ ଷ୍ଟେଶନରେ ପଞ୍ଜୀକୃତ ହୋଇଥିବା ଅଭିଯୋଗରେ କୁହାଯାଇଛି ସେ ଏକ ସାଧାରଣ ସଭାରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ।

ଦୀର୍ଘ ଦିନ ଧରି ଉଭୟ ମାମଲାର ଶୁଣାଣି ଚାଲିଛି ଏବଂ ଜୟାପ୍ରଦାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ୬ ଥର ଜାରି କରାଯାଇଥିବାବେଳେ ଦ୍ୱିତୀୟ ମାମଲାରେ ୫ ଥର ୱାରେଣ୍ଟ ଜାରି କରାଯାଇଛି। ଏହା ସତ୍ତ୍ୱେ ସେ କୋର୍ଟରେ ହାଜର ହୋଇ ନାହାନ୍ତି। ତେଣୁ ତାଙ୍କୁ ଗିରଫ କରିବା ପାଇଁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri