୨୩ରୁ ଗଞ୍ଜାମ ଜିଲାରେ ବୁଲିବ ଅହିଂସା ରଥ

ଛତ୍ରପୁର, ୪।୯(ଡି.ଏନ.ଏ):  ଚଳିତ ମାସ ୨୩ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଅହିଂସା ରଥ ପରିଭ୍ରମଣ କରିବ। ତେଣୁ ଏହି ରଥକୁ କିଭଳି ସ୍ବାଗତ କରାଯିବ ସେନେଇ ଶନିବାର ଓସ୍ବାନ ହଲଠାରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ୨୩ ତାରିଖ ଦିନ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ତପ୍ତପାଣି ଠାରେ ମହା ସମାରୋହରେ ରଥ ଦୁଇଟିକୁ ସ୍ବାଗତ କରାଯିବ । ଜାତୀୟତା ଭାବ ଜାଗ୍ରତ ନିମନ୍ତେ ଉଦ୍ଦିଷ୍ଟ ଏହି ରଥ ପରିଭ୍ରମଣ ସମୟରେ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ସମସ୍ତଙ୍କୁ ସ୍ବାଗତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଗାନ୍ଧିଜୀଙ୍କ ଗଞ୍ଜାମ ଜିଲାର ଯେଉଁ ଯେଉଁ ସ୍ଥାନରେ ସଭାକାର୍ଯ୍ୟ କରିଥିଲେ ସେହି ଅଞ୍ଚଳ ଗସ୍ତ କରିବାର କର୍ଯ୍ୟକ୍ରମ ରହିଛି ବୋଲି ଅବଗତ କରାଇଥିଲେ। ପ୍ରସ୍ତୁତି ବୈଠକରେ ଜିଲା ସହର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସଚ୍ଚିଦାନନ୍ଦ ନାୟକ କାର୍ଯ୍ୟସୂଚୀର ପୁଙ୍ଖାନୁପୁଙ୍ଖ ବିବରଣୀ ଉପସ୍ଥାପନ କରିଥିଲେ। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଗତ ଅଗଷ୍ଟ ୧୫ରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ଦୁଇଟି ଅହିଂସା ରଥ ଶୁଭାରମ୍ଭ କରିଥିଲେ। ଗୋଟିଏ ରଥ ଦିଗପହଣ୍ଡି, ଶେରଗଡ, ହିଞ୍ଜିଳି, ଆସ୍କା, ଧରାକୋଟ, ଭଞ୍ଜନଗର, ବେଲଗୁଣ୍ଠା, ବୁଗୁଡା, ପୋଲସରା, କବିସୂର୍ଯ୍ୟନଗର, ବେଗୁନିଆପଡା, ଖଲ୍ଲିକୋଟ ପରିଭ୍ରମଣ କରିବ । ଦ୍ୱିତୀୟ ରଥଟି ଚିକିଟି, ପାତ୍ରପୁର, ବ୍ରହ୍ମପୁର ମହାନଗର ନିଗମ, କୁକୁଡାଖଣ୍ଡି, ରଙ୍ଗେଇଲୁଣ୍ଡା,ଗୋପାଳପୁର, ପୁରୁଷୋତ୍ତମପୁର, ଛତ୍ରପୁର, ଗଞ୍ଜାମ, ରମ୍ଭା ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ଅହିଂସା ରଥକୁ ୨୪ ତାରିଖରେ ବ୍ରହ୍ମପୁର ମ୍ୟୁନିସପାଲ କର୍ପୋରେସନ ପକ୍ଷରୁ ସ୍ବାଗତ କରାଯିବା ସହ ବ୍ରହ୍ମପୁରର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଭ୍ରମଣ କରିବ। ଗୋପାଳପୁର, ବ୍ରହ୍ମପୁର, ଭଞ୍ଜନଗର, ଛତ୍ରପୁରଠାରେ ମେଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବ୍ଲକ ହେଡକ୍ବାର୍ଟରମାନଙ୍କରେ ସ୍ବାଗତ ନିମନ୍ତେ ବିଡିଓ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀମାନେ ମାଇକ୍ରୋପ୍ଲାନ କରି କାର୍ଯ୍ୟପନ୍ଥା ସ୍ଥିର କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ୨୮ରେ ଅହିଂସା ରଥ ଖୋର୍ଦ୍ଧା ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଅହିଂସା ରଥ ପରିଭ୍ରମଣ ଯେପରି ସଫଳ ହେବ ସେଥିନିମନ୍ତେ ସମସ୍ତ ଅଧିକାରୀ, କର୍ମଚାରୀଙ୍କ ସହଯୋଗ ଏକାନ୍ତ କାମ୍ୟ ବୋଲି ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କିର୍ତ୍ତିଭାସନ ଜଣାଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର, ଉପ ଆରକ୍ଷୀ ଅଧୀକ୍ଷକ ଅଜୟ କୁମାର ମିଶ୍ର, ଡେପୁଟି କଲେକ୍ଟର ତଥା ଭାରପ୍ରାପ୍ତ ଜିଲା କ୍ରିଡା ଅଧିକାରୀ ସୁକାନ୍ତ ଚନ୍ଦ୍ର ମିଶ୍ର, ଆଞ୍ଚଳିକ ପରିବହନ ଅଧିକାରୀ ମାନସ ରଞ୍ଜନ ସାହୁ, ଜିଲା ସଂସ୍କୃତି ଅଧିକାରୀ ଜିତେନ କୁମାର ପରିଡା, ଜିଲା ମଙ୍ଗଳ ଅଧିକାରୀ ପରିକ୍ଷିତ ଦାସ, ଜିଲା ସ୍ବଳ୍ପ ସଞ୍ଚୟ ଅଧିକାରୀ ହରିଚରଣ ମିଶ୍ର, ଜିଲା ସମାଜ ମଙ୍ଗଳ ଅଧିକାରୀ ଶୁଭଶ୍ରୀ ପାତ୍ର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ କଲ୍ୟାଣୀ ଦାଶ ଏବଂ ଭଞ୍ଜନଗର ଉପଜିଲାପାଳ ଯଯାତି ଶଙ୍କର ରାୟ, ସମସ୍ତ ବିଡିଓ, ତହସିଲଦାର, କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?