Posted inରାଜ୍ୟ

ତାଳଗଛ କରିବ ବଜ୍ରପାତ ମୁକାବିଲା

ଭୁବନେଶ୍ୱର,୯ା୯(ଅନିଲ ଦାସ): ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବଜ୍ରପାତଜନିତ ମୃତ୍ୟୁକୁ ହ୍ରାସ କରିବାକୁ ରାଜ୍ୟରେ ବହୁ ପରିମାଣରେ ତାଳଗଛ ଲଗାଯିବ। ଗ୍ରାମାଞ୍ଚଳରେ ବହୁ ପରିମାଣରେ ତାଳଗଛ ଲଗାଇବାକୁ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ସତ୍ୟବ୍ରତ ସାହୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ଏବଂ କୃଷି ଓ ସଶକ୍ତୀକରଣ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଗତ ସେପ୍ଟେମ୍ବର ୨ ତାରିଖରେ ଗୋଟିଏ ଦିନରେ ବଜ୍ରପାତ ଯୋଗୁ ୧୨ ଜଣଙ୍କ ମୃତ୍ୟୁ ହେବା ପରେ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏଭଳି ପଦକ୍ଷେପ ନେବାକୁ ନିଷ୍ପତ୍ତି ନିଆଯାଇଛି। ଅଧିକାଂଶ ବଜ୍ରପାତଜନିତ ମୃତ୍ୟୁ ଗ୍ରାମାଞ୍ଚଳରେ ହେଉଥିବାରୁ ତାଳଗଛ ଏଥିରୁ ସୁରକ୍ଷା ଦେଇପାରିବ। ଏହାକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ବହୁଳ ମାତ୍ରାରେ ତାଳଗଛ ଲଗାଇବାକୁ ଉଭୟ ବିଭାଗକୁ ପରାମର୍ଶ ଦିଆଯାଇଛି। ପୂର୍ବରୁ ରାଜ୍ୟର ଗ୍ରାମାଞ୍ଚଳରେ ବହୁ ପରିମାଣର ତାଳଗଛ ଥିଲା। ଏହା ବଜ୍ରପାତଜନିତ ମୃତ୍ୟୁକୁ ରୋକିବାରେ ସହାୟକ ହେଉଥିଲା। ସହରୀକରଣ ଯୋଗୁ ସମୟ କ୍ରମେ ତାଳଗଛ ଲୋପ ପାଇଯିବାରୁ ବଜ୍ରପାତ ସିଧା ଭୂମିରେ ପଡୁଛି। ଯଦ୍ଦ୍ବାରା ବିଲବାଡ଼ିରେ କାମ କରୁଥିବା କୃଷକ ଓ ଶ୍ରମିକମାନେ ଏହାର ଶିକାର ହେଉଛନ୍ତି। ବିଶେଷ କରି ମଧ୍ୟାହ୍ନ ଓ ସନ୍ଧ୍ୟା ସମୟରେ ବଜ୍ରପାତ ଯୋଗୁ ଅନେକ ଲୋକ ମୃତାହତ ହେଉଛନ୍ତି। ବଜ୍ରପାତ ମୁଖ୍ୟତଃ ଡେଙ୍ଗା ଗଛ ଯଥା ତାଳ ଓ ନଡିଆ ଗଛ ଉପରେ ହୋଇଥାଏ। ପୂର୍ବରୁ ତାଳଗଛ ଯେ କେବଳ ବଜ୍ରପାତରୁ ରକ୍ଷା କରୁ ନ ଥିଲା ବରଂ ଏହାର ଫଳକୁ ଖାଦ୍ୟ ଓ ପାନୀୟ ଆକାରରେ ବ୍ୟବହାର କରାଯାଉଥିଲା। ତାଳଗଛର ବାହୁଙ୍ଗାକୁ ଛପର ଓ ଟୋକେଇ ତିଆରିରେ ବ୍ୟବହୃତ କରାଯାଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି।
ଏଠାରେ ସୂଚନାଯୋଗ୍ୟ, ୨୦୧୮ରେ ସମସ୍ତ ରାଜ୍ୟ ଓ ଜାତୀୟ ରାଜପଥ, ଗ୍ରାମାଞ୍ଚଳ, ସଂରକ୍ଷିତ ଜଙ୍ଗଲ ଓ କ୍ଷେତରେ ତାଳଗଛ ଲଗାଇବାକୁ ଜଙ୍ଗଲ ବିଭାଗ ରାଜ୍ୟର ସମସ୍ତ ବନଖଣ୍ଡକୁ ଜଣାଇଥିଲା। ହେଲେ ତାହା ଫଳପ୍ରଦ ହୋଇପାରି ନାହିଁ। ତାଳଗଛ ବଜ୍ରପାତଜନିତ ମୃତ୍ୟୁକୁ ରୋକିବାରେ ଅନେକାଂଶରେ ସହାୟକ ହେବ ବୋଲି ପରିବେଶବିତ୍‌ ମତ ଦେଉଛନ୍ତି। ବଜ୍ରପାତଜନିତ ମୃତ୍ୟୁକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri