ବିଶ୍ରାମାଗାରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଗାଁ ଛକରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗସ୍ତ ହୋଇଛି। ଦୁର୍ଘଟଣାରେ ଖୋର୍ଦ୍ଧା ଜିଲା ଜଙ୍କିଆ ଗ୍ରାମର ଗାଡ଼ି ଡ୍ରାଇଭର ଦିବାକର ବେହେରାଙ୍କ ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗ୍ରାମର ଅନ୍ୟତମ ଗାଡ଼ି ଚାଳକ ପ୍ରଫୁଲ୍ଲ କୁମାର ଦାସ ଆହତ ହୋଇଛନ୍ତି। ଗୁରୁବାର ଭୋର ପ୍ରାୟ ୫ ଟା ରେ ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ବୀଣାପାଣି ନାମକ ଯାତ୍ରୀବାହୀ ବସ (ନଂ. ଓଡିି୦୨ ୱାଇ-୫୬୯୯) ଭୁବନେଶ୍ୱରରୁ ଭାୟା ଦିଗପହଣ୍ଡି ଦେଇ ବି. ତୁରୁବୁଡ଼ି ଗ୍ରାମକୁ ଯାଉଥିବା ବେଳେ ଲକ୍ଷ୍ମୀ ନାରାୟଣପୁର ଗାଁ ଛକ ରାସ୍ତାକଡରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଧକ୍କା ଦେଇଥିଲା। ବିଶ୍ରାମାଗାରଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ ବସର ସମ୍ମୁଖ ଭାଗ ନଷ୍ଟ ହୋଇଯାଇଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଗାଡ଼ି ଚାଳକ ଦିବାକର ଭିତରେ ଚାପି ହୋଇ ରହିଥିଲେ। ବସରେ ମାତ୍ର ୬ ଜଣ ଯାତ୍ରୀ ଥିଲେ। ତେବେ ସେମାନେ ସୁରକ୍ଷିତ ଥିବା ଜଣାପଡିଛି। ଖବରପାଇ ଦିଗପହଣ୍ଡି ପୋଲିସ ଟିମ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଚାଳକ ଦିବାକର ଏବଂ ପ୍ରଫୁଲ୍ଲଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦିବାକରଙ୍କୁ ମୃତ ଘୋଷଣା କରିଥଲେ। ଅନ୍ୟତମ ଗାଡ଼ି ଚାଳକ ପ୍ରଫୁଲ୍ଲ ପ୍ରାଥମିକ ଚିକିତ୍ସା ପରେ ସେ ସୁସ୍ଥ ଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇବା ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ପୋଲିସ ଦୁର୍ଘଟଣାଗସ୍ତ ବସକୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri