ବିଶ୍ରାମାଗାରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଗାଁ ଛକରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗସ୍ତ ହୋଇଛି। ଦୁର୍ଘଟଣାରେ ଖୋର୍ଦ୍ଧା ଜିଲା ଜଙ୍କିଆ ଗ୍ରାମର ଗାଡ଼ି ଡ୍ରାଇଭର ଦିବାକର ବେହେରାଙ୍କ ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗ୍ରାମର ଅନ୍ୟତମ ଗାଡ଼ି ଚାଳକ ପ୍ରଫୁଲ୍ଲ କୁମାର ଦାସ ଆହତ ହୋଇଛନ୍ତି। ଗୁରୁବାର ଭୋର ପ୍ରାୟ ୫ ଟା ରେ ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ବୀଣାପାଣି ନାମକ ଯାତ୍ରୀବାହୀ ବସ (ନଂ. ଓଡିି୦୨ ୱାଇ-୫୬୯୯) ଭୁବନେଶ୍ୱରରୁ ଭାୟା ଦିଗପହଣ୍ଡି ଦେଇ ବି. ତୁରୁବୁଡ଼ି ଗ୍ରାମକୁ ଯାଉଥିବା ବେଳେ ଲକ୍ଷ୍ମୀ ନାରାୟଣପୁର ଗାଁ ଛକ ରାସ୍ତାକଡରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଧକ୍କା ଦେଇଥିଲା। ବିଶ୍ରାମାଗାରଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ ବସର ସମ୍ମୁଖ ଭାଗ ନଷ୍ଟ ହୋଇଯାଇଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଗାଡ଼ି ଚାଳକ ଦିବାକର ଭିତରେ ଚାପି ହୋଇ ରହିଥିଲେ। ବସରେ ମାତ୍ର ୬ ଜଣ ଯାତ୍ରୀ ଥିଲେ। ତେବେ ସେମାନେ ସୁରକ୍ଷିତ ଥିବା ଜଣାପଡିଛି। ଖବରପାଇ ଦିଗପହଣ୍ଡି ପୋଲିସ ଟିମ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଚାଳକ ଦିବାକର ଏବଂ ପ୍ରଫୁଲ୍ଲଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦିବାକରଙ୍କୁ ମୃତ ଘୋଷଣା କରିଥଲେ। ଅନ୍ୟତମ ଗାଡ଼ି ଚାଳକ ପ୍ରଫୁଲ୍ଲ ପ୍ରାଥମିକ ଚିକିତ୍ସା ପରେ ସେ ସୁସ୍ଥ ଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇବା ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ପୋଲିସ ଦୁର୍ଘଟଣାଗସ୍ତ ବସକୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri