ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ଚାଳକ ଗୁରୁତର

ସୁନ୍ଦରଗଡ଼,୨୫ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ବସ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ତେବେ ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାରେ ରବିବାର ଏହି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାପାର୍ଶ୍ୱରେ ଅଟକି ରହିଥିଲା। ଆଜି ଭୋର୍‌ରୁ ଜୟପୁରରୁ ରାଉରକେଲା ଅଭିମୁଖେ ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ଯାତ୍ରୀବାହୀ ବସ୍‌ ଯାଉଥିଲା। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଟ୍ରକ୍‌ ପଛରେ ପିଟି ହୋଇଯାଇଥିଲା। ଟ୍ରକ୍‌ରେ କେହି ନ ଥିବା ବେଳେ ବସ୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଛନ୍ତି। ତାଙ୍କୁ ପ୍ରଥମେ ବଡ଼ଗାଁ ଡାକ୍ତରଖାନାକୁ ପଠାଯାଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ରାଉରକେଲା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri