ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ଚାଳକ ଗୁରୁତର

ସୁନ୍ଦରଗଡ଼,୨୫ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ବସ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ତେବେ ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାରେ ରବିବାର ଏହି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାପାର୍ଶ୍ୱରେ ଅଟକି ରହିଥିଲା। ଆଜି ଭୋର୍‌ରୁ ଜୟପୁରରୁ ରାଉରକେଲା ଅଭିମୁଖେ ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ଯାତ୍ରୀବାହୀ ବସ୍‌ ଯାଉଥିଲା। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଟ୍ରକ୍‌ ପଛରେ ପିଟି ହୋଇଯାଇଥିଲା। ଟ୍ରକ୍‌ରେ କେହି ନ ଥିବା ବେଳେ ବସ୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଛନ୍ତି। ତାଙ୍କୁ ପ୍ରଥମେ ବଡ଼ଗାଁ ଡାକ୍ତରଖାନାକୁ ପଠାଯାଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ରାଉରକେଲା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?