ବରଗଡ଼ ଯାଉଥିବାବେଳେ ବସ୍‌ରେ ଟଳିପଡିଲେ ଯାତ୍ରୀ

ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କରଣ୍ଡୁଲା ଦାମପାଲି ଗ୍ରାମର କୁଳମଣି କୁମ୍ଭାର(୩୦)। ଗୁରୁବାର ସନ୍ଧ୍ୟାରେ କୁଳମଣି ବରଗଡ଼ ଯିବା ପାଇଁ ଅଇଁଠାପାଲି ନୂଆଁବସ୍‌ଷ୍ଟାଣ୍ଡରେ ଏକ ଘରୋଇ ବସ୍‌ରେ ବସିଥିଲେ। ଏହି ସମୟରେ ସେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ। ଏହାଦେଖି ସହଯାତ୍ରୀମାନେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଅଇଁଠାପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ କୁଳମଣିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ତାଙ୍କ ଆଧାରକାର୍ଡରୁ ତାଙ୍କ ପରିଚୟ ପାଇ ଏସମ୍ପର୍କରେ ପରିବାର ଲୋକଙ୍କୁ ଖବର ଦେବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପରିବାର ଲୋକ ଖବର ପାଇ ରବିବାର ସମ୍ବଲପୁର ପହଞ୍ଚତ୍ଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ଏନେଇ ମୃତକ କୁଳମଣିଙ୍କ ଭଉଣୀ ମମତା ଅଗ୍ରୱାଲ ତାଙ୍କ ଭାଇଙ୍କୁ ଅତ୍ୟଧିକ ମାଡ଼ ମରାଯାଇଥିବାରୁ ତାଙ୍କର ମୃତ୍ୟୁ ହୋଇଛି ବୋଲି ଏକ ଗୁରୁତର ଅଭିଯୋଗ କରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ତାଙ୍କ ଭାଇ କୁଳମଣି ବରଗଡ଼ ଜିଲା ୱାର୍ଡ ନମ୍ବର ୧୮ ଅନ୍ତର୍ଗତ ବାନ୍ଦୁଟିକରାର ଜଣେ ବ୍ୟକ୍ତିଙ୍କ ନିକଟରେ ପିକ୍‌ଅପ୍‌ ଚାଳକ ଭାବେ କାର୍ଯ୍ୟ କରୁଥିଲେ। ତେବେ ୨ଦିନ ତଳେ ଅନ୍ୟଜଣେ ଚାଳକଙ୍କ ସହ ସେ ବରଗଡ଼ ଜିଲା ଆମ୍ବାଭୋନା ଯାଇଥିବାବେଳେ ତାଙ୍କ ଗାଡ଼ି ଦୁର୍ଘଟଣା ହୋଇଥିଲା। ଖବରପାଇ ଗାଡ଼ି ମାଲିକ ଘଟଣାସ୍ଥଳରେ ପହଞ୍ଚତ୍ କୁଳମଣିଙ୍କୁ ମାଡ଼ ମାରିଥିଲେ। ଏପରିକି ସେ ଅସୁସ୍ଥତା ଅନୁଭବ କରୁଥିଲେ ସୁଦ୍ଧା ଗାଡ଼ି ମାଲିକ ତାଙ୍କୁ ଘରକୁ ଛାଡ଼ି ନ ଥିଲେ ଓ ଅନ୍ୟଜଣେ ଚାଳକଙ୍କ ସହିତ ତାଙ୍କୁ ଉକ୍ତ ଗାଡ଼ିରେ ରାଉରକେଲା ପଠାଇଥିଲେ। ସେଠାରେ ପହଞ୍ଚତ୍ କୁଳମଣି ଗୁରୁବାର ଏକାକୀ ଟ୍ରେନ୍‌ରେ ସମ୍ବଲପୁର ଆସି ବରଗଡ଼ ଯିବା ପାଇଁ ଏଠାରେ ଉକ୍ତ ବସ୍‌ରେ ବସିଥିଲେ। ମାତ୍ର ତାଙ୍କର ମୃତ୍ୟୁ ହୋଇଯାଇଛି ବୋଲି ତାଙ୍କ ଉଭଣୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଅଇଁଠାପାଲି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri