୧୦ ଫୁଟ ତଳକୁ ଖସିଲା ପାଟ୍ରୋଲିଂ ଗାଡ଼ି, ୨ ଗୁରୁତର

ବାରିପଦା ଅଫିସ,୨ା୭: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି କେନାଲ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ହାତୀ ସୁରକ୍ଷା ଡ୍ୟୁଟି ସାରି ଫେରୁଥିବା ବନ ବିଭାଗର ଏକ ବୋଲେରୋ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୦ ଫୁଟ ତଳକୁ ଖସିପଡ଼ିଥିଲା। ଏଥିରେ ୨ ଜଣ ଗୁରୁତର ହୋଇଥିବା ବେଳେ ୪ ଜଣ ସାମାନ୍ୟ ଆହତ ହୋଇ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସୂଚନାଯୋଗ୍ୟ, ମୟୂରଭଞ୍ଜରେ ହାତୀପଲଙ୍କ ଉପଦ୍ରବ କ୍ରମଶଃ ଉଦ୍‌ବେଗଜନକ ସ୍ଥିତିରେ। ଦୁଇଟି ହାତୀ ମସିଣାକାଟି ଗ୍ରାମ ଅଭିମୁଖେ ଅଗ୍ରସର ହେଉଥିବା ଖବର ପାଇ ବନ ବିଭାଗର ଏକ ଟିମ୍‌ ଏହି ଅଞ୍ଚଳରେ ପେଟ୍ରୋଲିଂ କରୁଥିଲା । ତେବେ ରାତି ପ୍ରାୟ ତିନିଟା ପାଖାପାଖି ଭାରସାମ୍ୟ ହରାଇ ଗାଡ଼ିଟି ପ୍ରାୟ ୧୦ ଫୁଟ ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣାରେ ଉଦଳା ରେଞ୍ଜର ବନପାଳ ବିଦ୍ୟାଧର ପୃଷ୍ଟିଙ୍କ ସମେତ ଚାଳକ ଏବଂ ଅନ୍ୟାନ୍ୟ କର୍ମଚାରୀ ସାମାନ୍ୟ ଆହତ ହୋଇ ଅଳ୍ପକେ ବର୍ତ୍ତି ଯାଇଥିଲେ।
ତେବେ ଗାଡ଼ିରେ ବସିଥିବା ବେତନଟୀ ରେଞ୍ଜ କୃଷ୍ଣଚନ୍ଦ୍ରପୁର ସେକ୍ସନର ବନରକ୍ଷୀ ରାଇଦନ ସିଂ ଏବଂ ଉଦଳା ଅଞ୍ଚଳର ପାରା ବନ କର୍ମଚାରୀ ସାମଲ ସିଂ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କର ବାମପାର୍ଶ କାନ୍ଧ ହାଡ଼ ଭାଙ୍ଗି ଯାଇଛି। ସମସ୍ତଙ୍କୁ ଉଦ୍ଧାରକରି ବାରିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲୁ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri