ବାସ୍ତବିକତାକୁ ବିଚାର ନ କରି ୟୁକ୍ରେନରେ ଏକ ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ ନୁହେଁ: ରୁଷିଆ…

ମସ୍କୋ,୧୪।୩ : ମଙ୍ଗଳବାର ଦିନ କ୍ରେମଲିନ କହିଛି ଯେ ପରିସ୍ଥିତିର ନୂତନ ବାସ୍ତବତାକୁ ବିଚାର ନ କରି ୟୁକ୍ରେନରେ ଏକ ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ ନୁହେଁ। କ୍ରେମଲିନ ମୁଖପାତ୍ର ଦିମିତ୍ରୀ ପେସ୍କୋଭ କହିଛନ୍ତି ଯେ ଶତ୍ରୁତା ବନ୍ଦ କରିବା ଉପରେ ରୁଷିଆର ଆଭିମୁଖ୍ୟ ସ୍ପଷ୍ଟ ହୋଇଛି।

ରୁଷିଆ ବାରମ୍ବାର କହିଛି ଯେ ୟୁକ୍ରେନକୁ ଏହାର ଚାରିଟି ଅଞ୍ଚଳ ଉପରେ ରୁଷିଆର ଦାବିକୁ ଗ୍ରହଣ କରିବାକୁ ପଡିବ। ଯାହା ଏବେ ଆଂଶିକ ଦଖଲ କରାଯାଇଛି। ତେବେ ଏହି ଦାବିକୁ ୟୁକ୍ରେନ ଏବଂ ପାଶ୍ଚାତ୍ୟ ଦେଶଗୁଡିକ ବେଆଇନ ବୋଲି କହି ଖଣ୍ଡନ କରିଛନ୍ତି।

ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ୟୁକ୍ରେନର ପୂର୍ବ ଡୋନେଟସ୍କ ଅଞ୍ଚଳରେ ଏହି ଆକ୍ରମଣ କାର୍ଯ୍ୟ ଜାରି ରହିବ। ମନ୍ତ୍ରଣାଳୟ ମଧ୍ୟ ୨୪ଘଣ୍ଟା ମଧ୍ୟରେ ୨୨୦ ୟୁକ୍ରେନ ସୈନିକଙ୍କୁ ହତ୍ୟା କରିଥିବା ଦାବି କରିଛି। ଏଥି ସହିତ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ ପୂର୍ବ ବାଖମୁଟ ନିକଟରେ ଲଢ଼େଇରେ ଏକ ସପ୍ତାହ ତଳେ ୧୧୦୦ରୁ ଅଧିକ ରୁଷିଆ ସୈନିକ ନିହତ ହୋଇଛନ୍ତି।

ଗୋଟିଏ ଦିନ ପୂର୍ବରୁ, ୟୁକ୍ରେନ ଦାବି କରିଥିଲା ଯେ ୨୪ଘଣ୍ଟା ମଧ୍ୟରେ ୫୦୦ରୁ ଅଧିକ ରୁଷିଆ ସୈନିକ ନିହତ ହୋଇଥିଲେ କିମ୍ବା ଆହତ ହୋଇଥିଲେ।

ସେପ୍ଟେମ୍ବରରେ ଭାରତରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅଂଶଗ୍ରହଣ କରିପାରନ୍ତି। କିନ୍ତୁ ଏ ବାବଦରେ ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇ ନାହିଁ। ପୁଟିନଙ୍କ ମୁଖପାତ୍ର ଦିମିତ୍ରୀ ପେସ୍କୋଭ ଏହି ସୂଚନା ଦେଇଛନ୍ତି।

ପୁଟିନ ଭାରତରେ ହେବାକୁ ଥିବା ଏହି ଶିଖର ସମ୍ମିଳନୀରେ ଯୋଗ ଦେଇ ପାରିବେ କି ବୋଲି ପଚରାଯାଇଥିବା ବେଳେ ପେସ୍କୋଭ କହିଛନ୍ତି ଯେ ଏହାକୁ ଏଡ଼ାଇ ଦିଆଯାଇପାରିବ ନାହିଁ। ରୁଷିଆର ଅଫିସିଆଲ ନ୍ୟୁଜ ଏଜେନ୍ସି କହିଛି ି ଯେ ଏପର୍ଯ୍ୟନ୍ତ ଏ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ।

ପେସ୍କୋଭ କହିଛନ୍ତି ଯେ ଜି-୨୦ ଫର୍ମାଟରେ ରୁଷିଆ ସମ୍ପୂର୍ଣ୍ଣ ଅଂଶଗ୍ରହଣ ଜାରି ରଖିଛି। ଆମେ ଏହାକୁ ବଜାୟ ରଖିବାକୁ ଚାହୁଁଛୁ। ଇଣ୍ଡୋନେସିଆର ବାଲିରେ ଗତ ବର୍ଷର ଜି -୨୦ ନେତାଙ୍କ ଫୋରମରେ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭଙ୍କ ନେତୃତ୍ୱରେ ରୁଷିଆର ପ୍ରତିନିଧୀ ଦଳ ଯୋଗ ଦେଇଥିଲେ। ଭାରତରେ ସେପ୍ଟେମ୍ବର ୯ ଏବଂ ୧୦ ରେ ନୂଆଦିଲ୍ଲୀରେ ଜି -୨୦ ସଦସ୍ୟ ଦେଶର ନେତାଙ୍କ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri