ଦୁର୍ଘଟଣାରେ ମନ୍ଦିର ଝାଁକରଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): କିଛିଦିନ ବ୍ୟବଧାନରେ ଭାଲୁପାଲି ଛକରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୋମବାର ଅପରାହ୍ନରେ ଏକ ବୁଲେଟ ଧକ୍କାରେ ଗୁରୁତର ଆହତ ସମଲେଇ ମନ୍ଦିର ଝାଁକରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଭୋରରେ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଅଇଁଠାପାଲି ଥାନା ଅନ୍ତର୍ଗତ ବୈଦରନୁଆପାଲି ସମଲେଇ ମନ୍ଦିରର ଝାଁକର କୃଷ୍ଣଚନ୍ଦ୍ର ପଟ୍ଟା(୬୮)।

ବିଜୁ ଏକ୍ସପ୍ରେସ ୱେ(ରାଜ ରାଜପଥ-୧୦)ର ଭାଲୁପାଲି ଛକରେ ରାସ୍ତା ପାରି ହେଉଥିବାବେଳେ ଦ୍ରୁତଗତିରେ ଆସି ଏକ ବୁଲେଟ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ତାଙ୍କର ଦୁଇ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଦୁର୍ଘଟଣା ପରେ ତାଙ୍କୁ ପ୍ରଥମେ ସ୍ଥାନୀୟ ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ପରିବାର ଲୋକଙ୍କ ଅନୁରୋଧ କ୍ରମେ ତାଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କୁ ବଞ୍ଚାଇବା ପାଇଁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସମସ୍ତ ପ୍ରୟାସ ବିଫଳ ହୋଇ ପରିଶେଷରେ ମଙ୍ଗଳବାର ଭୋର ୫ଟା ୨୦ ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବୁଲେଟ(ଓଡି-୧୬-ଏନ-୬୫୬୯)କୁ ଥାନାକୁ ନେଇ ଅଟକ ରଖଛି । ବୁଲେଟ ଆରୋହୀ ଦ୍ୱୟ ଝାରସୁଗୁଡା ଜିଲା କୋଲାବିରାର ରାହୁଲ ରାୟ ଓ ତାଙ୍କ ପିତା ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ସେ ବୈଦାରନୁଆପାଲି ସମଲେଇ ଗୁଡିର ଝାଁଙ୍କର ଭାବେ ପରିଚିତ କୃଷ୍ଣଚନ୍ଦ୍ର ଗ୍ରାମର କୀର୍ତ୍ତନ ମଣ୍ଡଳୀରେ ସେ ଜଣେ ଜଣାଶୁଣା ଖୋଳ ବାଦକ ମଧ୍ୟ ଥିଲେ। ମୃତକ କୃଷ୍ଣଚନ୍ଦ୍ର ତାଙ୍କ ପଛରେ ତାଙ୍କ ପତ୍ନୀ ସୁଭଦ୍ରା ପଟ୍ଟା, ଦୁଇ ବିବାହିତ ଝିଅ ଓ ଜଣେ ଅବିବାହିତ ଝିଅଙ୍କୁ ଛାଡ଼ି ଯାଇଛନ୍ତି। ଜଣେ ପରୋପକାରୀ ତଥା ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗରେ ବୈଦରନୁଆପାଲି ସମେତ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?