୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ବ୍ରହ୍ମପୁର ସଦର ଥାନା ବାଇଗଣବାଡ଼ି ଗାଁର ଅମର ଦାସ(୨୬)। ରବିବାର ସକାଳେ ଦିଗପହଣ୍ଡି ଥାନା ମାମଲା ନଂ.୪୭୬/୨୫ ଅନୁଯାୟୀ ତଦନ୍ତକାରୀ ଅଧିକାରୀ ଏଏସଆଇ କହ୍ନେଇ ମିର୍ଦ୍ଧା ବ୍ରହ୍ମପୁର ବଡ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ । ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।

ଶନିବାର ସନ୍ଧ୍ୟାରେ ଅମର ତାଙ୍କ ଶ୍ଵଶୁର ଘର କେ.ନୂଆଗାଁ ଥାନା ଚାନ୍ଦପୁର ଗ୍ରାମରୁ  ସମ୍ପର୍କୀୟ ପ୍ରଶାନ୍ତ ଦାସ(୩୭)ଙ୍କ ସହ ହିରୋ ଗ୍ଲେମର ବାଇକ୍ ନଂ(ଓଡି୦୭ଭି ୬୨୪୪) ଯୋଗେ ଗାଁକୁ ଫେରୁଥିବା ବେଳେ ଏକ ଗାଡ଼ି ତାଙ୍କ ବାଇକକୁ ଧକ୍କା ଦେଇ ଦୃତଗତିରେ ଚମ୍ପଟ ମାରିଥିଲା। ରାସ୍ତାକଡରେ ଛିଟକି ପଡ଼ିଥିବା ଆହତଦ୍ବୟଙ୍କୁ ସ୍ଥାନୀୟ କିଛି ବ୍ୟକ୍ତି ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଉଭୟଙ୍କ ଅବସ୍ଥା ଗୁରୁତର ରହିଥିବା ଯୋଗୁଁ ପ୍ରାଥମିକ ଚିକିତ୍ସା ପରେ ଦୁହିଁଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଅମରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ରବିବାର ଅମରଙ୍କ ଭାଇ କାଳୁ ଦାସ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri