ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ

ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିରୁ ଗୁରୁତର ୪ଜଣଙ୍କୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଶନିବାର ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ନରସିଂହ ସମରଥ। ଅନ୍ୟ ୫ଜଣ ଗାଁରେ ଡାକ୍ତରୀ ଟିମ୍‌ ଦ୍ୱାରା ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ମାଥିଲି ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ଅମିୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଜିଲାସ୍ତରୀୟ ଏକ ସ୍ବତନ୍ତ୍ର ଟିମ୍‌ରେ ଜନସ୍ବାସ୍ଥ୍ୟ ଅଧିକାରୀ ଏ. ହୁସେନ, ଡାକ୍ତର ଦୁର୍ଗାପ୍ରସାଦ ରାଜ ଓ ଅନ୍ୟମାନେ ଗାଁରେ ପହଞ୍ଚି କେଉଁ କାରଣରୁ ଝାଡ଼ାବାନ୍ତି ବ୍ୟାପୁଛି ସେ ନେଇ ଅନୁସନ୍ଧାନ କରୁଛନ୍ତି। ତେବେ ପ୍ରାଥମିକ ତଦନ୍ତ ଅନୁଯାୟୀ ବିଷାକ୍ତ ଛତୁ କିମ୍ବା ଦୂଷିତ ପାଣି ବ୍ୟବହାର ଯୋଗୁ ଝାଡ଼ାବାନ୍ତି ହୋଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି l ତଥାପି ନଳକୂଅଗୁଡ଼ିକର ପାଣି ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ଏହାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ମାଥିଲି ଉପଖଣ୍ଡ ଚିକିତ୍ସାଧିକାରୀ ଡା.ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri