Posted inଜାତୀୟ

ରାଜଭବନ ସମ୍ମୁଖରେ ଫିଙ୍ଗାଗଲା ‘ପେଟ୍ରୋଲ ବୋମା’

ଚେନ୍ନାଇ,୨୫।୧୦: ତାମିଲନାଡ଼ୁ ରାଜଭବନ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ପେଟ୍ରୋଲ ବୋମା ଫିଙ୍ଗା ଯାଇଛି। ସୁରକ୍ଷାକର୍ମୀମାନେ ବୋମା ପକାଇଥିବା ଜଣେ ବ୍ୟକ୍ତିଙ୍କୁ କାବୁ କରିବାରେ ସଫଳ ହୋଇଛନ୍ତି। ଘଟଣା ପଛରେ ଉଦ୍ଦେଶ୍ୟକୁ ଜାଣିବା ଲାଗି ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ ପଚରାଉଚରା କରାଯାଉଛି। ତେବେ ଏଥିରେ ରାଜଭବନ ବ୍ୟାରିକେଡ୍‌ ସାଙ୍ଗକୁ ଗଛଗୁଡ଼ିକ ନଷ୍ଟ ହୋଇଛି। ଘଟଣାକୁ ନେଇ ଭାଜପା ପକ୍ଷରୁ ତାମିଲନାଡ଼ୁ ଆଇନବ୍ୟବସ୍ଥାକୁ ପ୍ରଶ୍ନ କରାଯାଇଛି। ଅପରାଧୀ ଏବେ ରାସ୍ତା ଉପରକୁ ଓହ୍ଲାଇଲେଣି। ଏହା ରାଜ୍ୟର ଆଇନବ୍ୟବସ୍ଥାର ବାସ୍ତବିକ ସ୍ଥିତିକୁ ଦର୍ଶାଉଛି ବୋଲି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅନ୍ନାମଲାଇ କହିଛନ୍ତି।

ପୋଲିସ ଅନୁଯାୟୀ, କାରୁକା ବିନୋଥ ନାମକ ବ୍ୟକ୍ତି କୋର୍ଟ ପରିସରରେ ଛିଡ଼ା ହୋଇଥିବା ମୋଟରସାଇକେଲରୁ ପେଟ୍ରୋଲ ଚୋରାଇଥିଲେ। ଏହାପରେ ସେ ରାଜ୍ୟପାଳ ଆରଏନ୍‌ ରବିଙ୍କ ଆଧିକାରୀକ ବାସଭବନ ସମ୍ମୁଖରେ ବୋତଲରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଫିଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri