ବାଇକ୍‌ରେ ଝିଅ ଘରକୁ ଯାଉଥିବା ବେଳେ ଧକ୍କା ଦେଲା ଟ୍ୟାଙ୍କର: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଝାରସୁଗୁଡ଼ା ଅଫିସ,୧୮ା୧୦- ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥ ଗାନ୍ଧୀଛକ ନିକଟରେ ମଙ୍ଗଳବାର ଏକ ତେଲଟ୍ୟାଙ୍କର ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରେ ଥିବା ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ମୃତା ମହିଳା ହେଲେ ପ୍ରତିମା ରାଉତ(୫୬), ଘର ସୁନ୍ଦରଗଡ ଜିଲା ବଡଗାଁ ଥାନା ଗରିଆମାଲ ଗ୍ରାମରେ। ଗୁରୁତର ସ୍ବାମୀ ଜଣଙ୍କ ହେଲେ ରମେଶ ରାଉତ(୬୪)। ରମେଶଙ୍କ ୨ଗୋଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ପ୍ରଥମେ ଏମ୍‌ସିଏଲ୍‌ ସେଣ୍ଟ୍ରାଲ ହସ୍ପିଟାଲ୍‌ ଓ ପରେ ବରଗଡର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଦୁର୍ଘଟଣା ଘଟାଇଥିବା ଓଆର୍‌୨୩ଇ-୮୦୮୬ନଂ ତେଲ ଟ୍ୟାଙ୍କର ଓ ଦୁର୍ଘଟଣାଗ୍ରସ୍ତ ଓଡି୨୩ଏ-୨୪୮୭ନଂ ବାଇକ୍‌ ଜବତ କରି ତଦନ୍ତ ଚଳାଇଛି। ଏ ନେଇ ଓରିଏଣ୍ଟ ଥାନାରେ ଏକ ମାମଲା ରୁଜୁ ହୋଇଛି। ଏହି ଦମ୍ପତି ବାଇକ୍‌ରେ ବନ୍ଧବାହାଲ ଝିଅଘରକୁ ଯାଉଥିବାବେଳେ ତେଲଟ୍ୟାଙ୍କର ତାଙ୍କ ବାଇକ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣା ଖବରପାଇ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଥିଲେ। ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କଲାପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri