Posted inଫୁରସତ

ସୋସିଆଲ ମିଡିଆରେ ଭାଇରାଲ ହେଉଛି ରାମଲାଲାଙ୍କ ସୁନ୍ଦର ଆଖିର ଫଟୋ, ଦେଶବାସୀ ଦେଖି ବିଭୋର

ଦେଶବାସୀଙ୍କ ୫୦୦ ବର୍ଷ ଅପେକ୍ଷାର ଅନ୍ତ ଘଟିଛି। ଅଯୋଧ୍ୟାସ୍ଥିତ ରାମମନ୍ଦିରରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀ ରାମ ଜନ୍ମଭୂମି ଗର୍ଭଗୃହରେ ରାମଲାଲାଙ୍କ ପ୍ରତିମୂର୍ତ୍ତିକୁ ସ୍ଥାପନ କରିଛନ୍ତି।

ଏହି ବିଶେଷ ଅବସରରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭଗବତ ଏବଂ ମନ୍ଦିର ପୁରୋହିତମାନେ ତାଙ୍କ ସହ ଉପସ୍ଥିତ ଥିଲେ। କହିରଖୁଛୁ, ଶୁଭ ସମୟରେ ମନ୍ତ୍ର ଓ ରୀତିନୀତି ଜପ କରିବା ସହିତ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠାର ସମର୍ପଣ ସହିତ ତାଙ୍କ ଆଖିରେ ଥିବା ହଳଦିଆ ରଙ୍ଗର କପଡ଼ାକୁ ହଟାଇ ଦିଆଯାଇଥିଲା। ପ୍ରଥମ ଥର ପାଇଁ ପ୍ରତିମୂର୍ତ୍ତିରେ ପ୍ରଭୁ ରାମଙ୍କ ଆଖିରେ ଲୋକଙ୍କ ଆଖି ପଡ଼ିଗଲା। ଏହି ଆଖି ଏତେ ସୁନ୍ଦର ଯେ, ଲୋକମାନେ ପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଚାହିଁ ରହିଥିଲେ। ମୂର୍ତ୍ତିର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ କିଛି ସମୟ ମଧ୍ୟରେ ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି।

ସୋସିଆଲ ମିଡିଆରେ ପ୍ରଭୁଙ୍କ ଫଟୋ ଏବଂ ଭିଡିଓ ଦେଖିବା ପରେ ଲୋକମାନେ ନିଜ ନିଜର  ଖୁସି ବ୍ୟକ୍ତ କରୁଛନ୍ତି। ଫଟୋରେ ରାମଲାଲାଙ୍କ ଚେହେରା ଅତ୍ୟନ୍ତ ଚିତ୍ତାକର୍ଷକ ଏବଂ ଆଖି ଆନନ୍ଦଦାୟକ। ଯାହାକୁ ଦେଖିଲେ ଆପଣ ମଧ୍ୟ ବିମୋହିତ ହୋଇପଡ଼ିବେ। କେହି କେହି ଜୟ ଶ୍ରୀ ରାମଙ୍କ ସ୍ଲୋଗାନ ଦେଉଥିବା ବେଳେ ଅନ୍ୟମାନେ ନିଜ ନିଜ ଢଙ୍ଗରେ ପ୍ରଭୁଙ୍କ ଭକ୍ତିରେ ଅବତୀର୍ଣ୍ଣ ହେଉଛନ୍ତି।

ସୋସିଆଲ ମିଡିଆରେ ୟୁଜରମାନେ ନାନା ମନ୍ତବ୍ୟ ଜରିଆରେ ନିଜର ଭକ୍ତି ଭାବନା ପ୍ରକାଶ କରୁଛନ୍ତି। ଜଣେ ୟୁଜର ଲେଖିଛନ୍ତି, ‘ ଶ୍ରୀ ରାମଙ୍କ ଜୀବନ୍ତ ଦର୍ଶନ ପାଇବା ପରେ ମୋ’ ଆଖିରେ ଲୁହ ଆସିଛି ଏବଂ ଲୋମ ଟାଙ୍କୁରି ଉଠିଲା। ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ରାମଲାଲାଙ୍କୁ ଅଯୋଧ୍ୟାରେ ଦେଖିବା ପରେ ମୁଁ ନିଜକୁ ବହୁତ ଆଶୀର୍ବାଦ ଏବଂ ଭାବପ୍ରବଣ ଅନୁଭବ କରୁଛି। ତୃତୀୟ ୟୁଜର ଜଣକ ଲେଖିଛନ୍ତି, ‘ଭଗବାନଙ୍କୁ ଧନ୍ୟବାଦ ତୁମେ ଏହି ମହାକାବ୍ୟର ସାକ୍ଷୀ ଅଛ। ଏହି ମୁହୂର୍ତ୍ତର ସାକ୍ଷୀ ହେବା ପାଇଁ ଆମେ ସବୁଠାରୁ ଭାଗ୍ୟବାନ ପିଢ଼ି। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ‘ଜୀବନରେ ଥରେ ଏହା ଦେଖିବା ଏକ ଐତିହାସିକ ମୁହୂର୍ତ୍ତ। ‘ଜୟ ଶ୍ରୀରାମ’।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?