ବାହାଘର ଭୋଜି ଖାଇ ଫେରୁଥିଲେ ହଠାତ୍‌ ଓଲଟିଲା ପିକ୍‌ଅପ: ଚାଲିଗଲା ୩ ନିରୀହ ଶିଶୁଙ୍କ ଜୀବନ, ମରଣ ସହ ଲଢ଼ୁଛନ୍ତି ଆଉ ୩

ବଲାଙ୍ଗୀର/ଟିଟଲାଗଡ,୨୮।୪(ସୁନିଲ ମହାନ୍ତି, ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ମାରଲାଡ ବ୍ରିଜ ନିକଟରେ ମଙ୍ଗଳବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପିକଅପ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଶିଶୁ ମୃତ ୩ ଗୁରୁତର ହୋଇଥିବା ଜଣାପଡିଛି । ଟିଟିଲାଗଡ ଲେଶୁନବାହାଲି ଗ୍ରାମରେ ଗୋଟିଏ ବାହାଘର ଚାଲିଥିବା ବେଳେ ଏକ ପିକପ ଗାଡ଼ିରେ ୭ ଜଣ ଶିଶୁ ବାହା ଭୋଜି ଖାଇ ମାରଲାଡକୁ କୌଣସି କାମ ପାଇଁ ଯାଉଥିଲେ। ତେବେ ମାରଲାଡ ଯିବା ରାସ୍ତାରେ ଥିବା ବ୍ରିଜରେ ଦ୍ରୁତଗତିର ଆସୁଥିବା ପିକଅପ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ୩ ଜଣ ଶିଶୁଙ୍କ ମତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ତେବେ ଗୁରୁତରକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ଅଟୋ ସାହାଯ୍ୟରେ ଟିଟିଲାଗଡ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଡାକ୍ତରଙ୍କ ଚିକିତ୍ସା ବେଳେ ଜଣେ ଅଧିକ ଗୁରୁତର ହେବାରୁ ତାଙ୍କୁ ଡାକ୍ତର ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଥିବା ସୁଚନା ମିଳିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?