ଜିଲା ମୁଖ୍ୟ ଚିକିତ୍ସାଳୟର ବଦଳୁନି ଚିତ୍ର: ଶଯ୍ୟା ଅଭାବ,ବାରଣ୍ଡାରେ ଚାଲିଛି ରୋଗୀସେବା

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ):ରାଜ୍ୟରେ ୨୪ ବର୍ଷ ଶାସନ ପରେ ସରକାର ବଦଳିଛି। ପ୍ରଥମଥର ପାଇଁ ଶାସନକୁ ଆସିଛି ଭାଜପା ସରକାର। ହେଲେ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗର ଚିତ୍ର ପୂର୍ବରୁ ଯେମିତି ରହିଥିଲା ସେମିତି ରହିଥିବା ଦେଖିବାକୁ ମିଳୁଛି। ଉଦାହରଣ ଭାବେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇପାରେ। ଏବେ ମଧ୍ୟ ଏଠାରେ ଶଯ୍ୟା ଅଭାବରୁ ରୋଗୀଙ୍କୁ ବାରଣ୍ଡାରେ ଚିକିତ୍ସା କରାଯାଉଛି। ଏପରି କି ମେଡ଼ିକାଲ କର୍ତ୍ତୃପକ୍ଷ ସାଲାଇନ ଲଗାଇବାବେଳେ ଷ୍ଟାଣ୍ଡ ମଧ୍ୟ ଦେଉନାହାନ୍ତି। ଷ୍ଟାଣ୍ଡ ବଦଳରେ ସେଠାରେ ଥିବା ଷ୍ଟିଲ (ପାହାଚ) ସିଡ଼ିରେ ସାଲାଇନ ଲଟକାଇ ରୋଗୀଙ୍କୁ ଦିଆଯାଉଛି। ଏହି ଘଟଣା କେବଳ ଗୋଟିଏ ଦିନର ନୁହେଁ। ପ୍ରାୟ ସବୁଦିନ ଏଭଳି ଦୃଶ୍ୟ ଦେଖିବାକୁ ମିଳେ। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଲା ବାରଣ୍ଡାରେ ଶୋଇଥିବା ରୋଗୀଙ୍କ ବେଡ୍‌ ସଂଖ୍ୟା ମଧ୍ୟ ହିସାବ କରାଯାଇଥାଏ ବୋଲି ଜଣାପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୩୦ ବେଡ୍‌ ରହିଥିବାବେଳେ ରୋଗୀ ଅଧିକ ଆସୁଥିବାରୁ ଏହି ସମସ୍ୟା ଦେଖାଦେଇଛି। ସେହିପରି ଜିଲାରେ ୬୦୬ଟି ଡାକ୍ତର ପଦବୀ ରହିଥିବାବେଳେ ବର୍ତ୍ତମାନ ମାତ୍ର ୧୯୫ ଡାକ୍ତର ଅଛନ୍ତି। ଅବଶିଷ୍ଟ ୪୧୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଫଳରେ ଜିଲାରେ ସ୍ବାସ୍ଥ୍ୟ ସେବା କିପରି ପରିଚାଳନା କରାଯାଉଥିବ ତାହା ସହଜେ ଅନୁମେୟ। ଏ ନେଇ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଅଧିକାରୀ ଡାକ୍ତର ନିହାର ରଞ୍ଜନ ପଣ୍ଡାଙ୍କୁ ପଚାରିବାରୁ ନୂତନ ଶହେ ଶଯ୍ୟା ବିଶିଷ୍ଟ କୋଠାର ବିଦ୍ୟୁତ କାମ ବାକି ରହିଛି। ଏହା ଶେଷ ହେଲେ ଏହି ସମସ୍ୟାର ସମାଧାନ ହେବ ବୋଲି କହିଥିଲେ। ସେହିପରି ନୂତନ ଡାକ୍ତର ପଦବୀ ପୂରଣ ହେଉନାହିଁ। ଯାହାଫଳରେ ପରିଚାଳନାରେ ସମସ୍ୟା ଦେଖାଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri