ଜିଲା ମୁଖ୍ୟ ଚିକିତ୍ସାଳୟର ବଦଳୁନି ଚିତ୍ର: ଶଯ୍ୟା ଅଭାବ,ବାରଣ୍ଡାରେ ଚାଲିଛି ରୋଗୀସେବା

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ):ରାଜ୍ୟରେ ୨୪ ବର୍ଷ ଶାସନ ପରେ ସରକାର ବଦଳିଛି। ପ୍ରଥମଥର ପାଇଁ ଶାସନକୁ ଆସିଛି ଭାଜପା ସରକାର। ହେଲେ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗର ଚିତ୍ର ପୂର୍ବରୁ ଯେମିତି ରହିଥିଲା ସେମିତି ରହିଥିବା ଦେଖିବାକୁ ମିଳୁଛି। ଉଦାହରଣ ଭାବେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇପାରେ। ଏବେ ମଧ୍ୟ ଏଠାରେ ଶଯ୍ୟା ଅଭାବରୁ ରୋଗୀଙ୍କୁ ବାରଣ୍ଡାରେ ଚିକିତ୍ସା କରାଯାଉଛି। ଏପରି କି ମେଡ଼ିକାଲ କର୍ତ୍ତୃପକ୍ଷ ସାଲାଇନ ଲଗାଇବାବେଳେ ଷ୍ଟାଣ୍ଡ ମଧ୍ୟ ଦେଉନାହାନ୍ତି। ଷ୍ଟାଣ୍ଡ ବଦଳରେ ସେଠାରେ ଥିବା ଷ୍ଟିଲ (ପାହାଚ) ସିଡ଼ିରେ ସାଲାଇନ ଲଟକାଇ ରୋଗୀଙ୍କୁ ଦିଆଯାଉଛି। ଏହି ଘଟଣା କେବଳ ଗୋଟିଏ ଦିନର ନୁହେଁ। ପ୍ରାୟ ସବୁଦିନ ଏଭଳି ଦୃଶ୍ୟ ଦେଖିବାକୁ ମିଳେ। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଲା ବାରଣ୍ଡାରେ ଶୋଇଥିବା ରୋଗୀଙ୍କ ବେଡ୍‌ ସଂଖ୍ୟା ମଧ୍ୟ ହିସାବ କରାଯାଇଥାଏ ବୋଲି ଜଣାପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୩୦ ବେଡ୍‌ ରହିଥିବାବେଳେ ରୋଗୀ ଅଧିକ ଆସୁଥିବାରୁ ଏହି ସମସ୍ୟା ଦେଖାଦେଇଛି। ସେହିପରି ଜିଲାରେ ୬୦୬ଟି ଡାକ୍ତର ପଦବୀ ରହିଥିବାବେଳେ ବର୍ତ୍ତମାନ ମାତ୍ର ୧୯୫ ଡାକ୍ତର ଅଛନ୍ତି। ଅବଶିଷ୍ଟ ୪୧୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଫଳରେ ଜିଲାରେ ସ୍ବାସ୍ଥ୍ୟ ସେବା କିପରି ପରିଚାଳନା କରାଯାଉଥିବ ତାହା ସହଜେ ଅନୁମେୟ। ଏ ନେଇ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଅଧିକାରୀ ଡାକ୍ତର ନିହାର ରଞ୍ଜନ ପଣ୍ଡାଙ୍କୁ ପଚାରିବାରୁ ନୂତନ ଶହେ ଶଯ୍ୟା ବିଶିଷ୍ଟ କୋଠାର ବିଦ୍ୟୁତ କାମ ବାକି ରହିଛି। ଏହା ଶେଷ ହେଲେ ଏହି ସମସ୍ୟାର ସମାଧାନ ହେବ ବୋଲି କହିଥିଲେ। ସେହିପରି ନୂତନ ଡାକ୍ତର ପଦବୀ ପୂରଣ ହେଉନାହିଁ। ଯାହାଫଳରେ ପରିଚାଳନାରେ ସମସ୍ୟା ଦେଖାଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri