ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ପାଠପଢା

ବାଲିଗୁଡ଼ା:୯।୩ :(ଡି.ଏନ.ଏ.): ବିପଦ ସଙ୍କୁଳ ଅବସ୍ଥାରେ ଗଢାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ। ଏଭଳି ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ ରହିବା,ଖାଇବା ସହ ମାଗଣାରେ ବହି, ଖାତା, ପୋଷାକ ଓ ଜୋତା ଆଦି ଯୋଗାଇ ଦିଆଯାଉଛି। ଏଥି ସହିତ ଛାତ୍ରୀଛାତ୍ରଙ୍କୁ ଉନ୍ନତମାନର ଶିକ୍ଷା ପ୍ରଦାନ ପାଇଁ ବିଭିନ୍ନ ଯୋଜନା ମଧ୍ୟ କରାଯାଉଛି କିନ୍ତୁ, ଆଜିବି ଏମିତି ଅନେକ ଅଞ୍ଚଳ ରହିଛି ଯେଉଁଠି ଏସବୁ ଯୋଜନା ସେମାନଙ୍କ ପାଇଁ ସାତସପନ ପାଲଟିଛି । କୋଟଗଡ଼ ବ୍ଲକ ଅନ୍ତର୍ଗତ ଓରା ପଞ୍ଚାୟତର ଆଡାରି ବିଦ୍ୟାଳୟ ହେଉଛି ଏହାର ଜ୍ୱଳନ୍ତ ଉଦାହରଣ। ୨୦୧୦ ମସିହାରେ ଏହି ବିଦ୍ୟାଳୟଟି ସ୍ଥାପିତ ହେଇଥିଲା। ହେଲେ ଦୁଃଖର ବିଷୟ ଯେ ଉକ୍ତ ବିଦ୍ୟାଳୟକୁ ଯିବା ନିମନ୍ତେ ରାସ୍ତା ଟିଏ ନାହିଁ । ଫଳରେ ଛାତ୍ରୀଛାତ୍ର ବିଲ ହୁଡା ଦେଇ ବିଦ୍ୟାଳୟକୁ ଯାଉଛନ୍ତି । ବିଦ୍ୟାଳୟରେ ଶ୍ରେଣୀ ଗୃହ ନ ଥିବାରୁ ଭଙ୍ଗା ଦଦରା କୁଡ଼ିଆ ଘରେ ବିପଦ ସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି । ପାଞ୍ଚଟି ଶ୍ରେଣୀ ପାଇଁ ଗୋଟିଏ ମଧ୍ୟ ଭଲ ଗୃହ ନାହିଁ । ଏଥିରୁ ସ୍ପଷ୍ଟ ହେଉଛି ଯେ ଏହି ବିଦ୍ୟାଳୟରେ ଅନ୍ୟାନ୍ୟ ବ୍ୟବସ୍ଥା କଣ ଥିବ? ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମୁଦାୟ ୨୬ଜଣ ଛାତ୍ରୀଛାତ୍ର ପଡୁଥିବା ବେଳେ ପ୍ରଧାନ ଶିକ୍ଷକ ବାଳି ପ୍ରଧାନ ଓ ସହକାରୀ ଶିକ୍ଷକ ଦାଶରଥୀ ମାର୍ଥା ନିୟମିତ ବିଦ୍ୟାଳୟକୁ ଯାଇ ଛାତ୍ରୀ ଛାତ୍ରଙ୍କୁ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି। ଏନେଇ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଉନାହିଁ । ଯଥା ଶୀଘ୍ର ବିଦ୍ୟାଳୟର ଶ୍ରେଣୀ ଗୃହ ସମେତ ଆନୁସଙ୍ଗିକ ବ୍ୟବସ୍ଥା ନ ସୁଧାରିଲେ ଆଗାମୀ ଦିନରେ ବ୍ଲକ କାର୍ଯ୍ୟାଳୟ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବୁ ବୋଲି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁରତ ପାଟମାଝି ଓ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri