ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ପାଠପଢା

ବାଲିଗୁଡ଼ା:୯।୩ :(ଡି.ଏନ.ଏ.): ବିପଦ ସଙ୍କୁଳ ଅବସ୍ଥାରେ ଗଢାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ। ଏଭଳି ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ ରହିବା,ଖାଇବା ସହ ମାଗଣାରେ ବହି, ଖାତା, ପୋଷାକ ଓ ଜୋତା ଆଦି ଯୋଗାଇ ଦିଆଯାଉଛି। ଏଥି ସହିତ ଛାତ୍ରୀଛାତ୍ରଙ୍କୁ ଉନ୍ନତମାନର ଶିକ୍ଷା ପ୍ରଦାନ ପାଇଁ ବିଭିନ୍ନ ଯୋଜନା ମଧ୍ୟ କରାଯାଉଛି କିନ୍ତୁ, ଆଜିବି ଏମିତି ଅନେକ ଅଞ୍ଚଳ ରହିଛି ଯେଉଁଠି ଏସବୁ ଯୋଜନା ସେମାନଙ୍କ ପାଇଁ ସାତସପନ ପାଲଟିଛି । କୋଟଗଡ଼ ବ୍ଲକ ଅନ୍ତର୍ଗତ ଓରା ପଞ୍ଚାୟତର ଆଡାରି ବିଦ୍ୟାଳୟ ହେଉଛି ଏହାର ଜ୍ୱଳନ୍ତ ଉଦାହରଣ। ୨୦୧୦ ମସିହାରେ ଏହି ବିଦ୍ୟାଳୟଟି ସ୍ଥାପିତ ହେଇଥିଲା। ହେଲେ ଦୁଃଖର ବିଷୟ ଯେ ଉକ୍ତ ବିଦ୍ୟାଳୟକୁ ଯିବା ନିମନ୍ତେ ରାସ୍ତା ଟିଏ ନାହିଁ । ଫଳରେ ଛାତ୍ରୀଛାତ୍ର ବିଲ ହୁଡା ଦେଇ ବିଦ୍ୟାଳୟକୁ ଯାଉଛନ୍ତି । ବିଦ୍ୟାଳୟରେ ଶ୍ରେଣୀ ଗୃହ ନ ଥିବାରୁ ଭଙ୍ଗା ଦଦରା କୁଡ଼ିଆ ଘରେ ବିପଦ ସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି । ପାଞ୍ଚଟି ଶ୍ରେଣୀ ପାଇଁ ଗୋଟିଏ ମଧ୍ୟ ଭଲ ଗୃହ ନାହିଁ । ଏଥିରୁ ସ୍ପଷ୍ଟ ହେଉଛି ଯେ ଏହି ବିଦ୍ୟାଳୟରେ ଅନ୍ୟାନ୍ୟ ବ୍ୟବସ୍ଥା କଣ ଥିବ? ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମୁଦାୟ ୨୬ଜଣ ଛାତ୍ରୀଛାତ୍ର ପଡୁଥିବା ବେଳେ ପ୍ରଧାନ ଶିକ୍ଷକ ବାଳି ପ୍ରଧାନ ଓ ସହକାରୀ ଶିକ୍ଷକ ଦାଶରଥୀ ମାର୍ଥା ନିୟମିତ ବିଦ୍ୟାଳୟକୁ ଯାଇ ଛାତ୍ରୀ ଛାତ୍ରଙ୍କୁ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି। ଏନେଇ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଉନାହିଁ । ଯଥା ଶୀଘ୍ର ବିଦ୍ୟାଳୟର ଶ୍ରେଣୀ ଗୃହ ସମେତ ଆନୁସଙ୍ଗିକ ବ୍ୟବସ୍ଥା ନ ସୁଧାରିଲେ ଆଗାମୀ ଦିନରେ ବ୍ଲକ କାର୍ଯ୍ୟାଳୟ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବୁ ବୋଲି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁରତ ପାଟମାଝି ଓ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri