Posted inଜାତୀୟ

ଅହମ୍ମଦବାଦରେ ବଡ଼ ବିମାନ ଦୁର୍ଘଟଣା, ଜଳିଗଲା ବିମାନ, ଭିତରେ ଥିଲେ ୨୪୨ଜଣ ଯାତ୍ରୀ…

ଅହମଦାବାଦ, ୧୨।୬: ଗୁଜରାଟର ରାଜଧାନୀ ଅହମ୍ମଦବାଦରେ ଆଜି ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତୀୟ ବିମାନବନ୍ଦର ନିକଟସ୍ଥ ମେଘାଣୀ ନଗର ଅଞ୍ଚଳରେ ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିବା ଜଣାପଡିଛି। ବିମାନଟି ବିମାନବନ୍ଦରର କାନ୍ଥ ସହ ଧକ୍କା ହେବା ପରେ ଆବାସିକ ଅଞ୍ଚଳରେ ପଡି ନଷ୍ଟ ହୋଇଛି।

ଅହମଦାବାଦ ବିମାନ ବନ୍ଦରରେ ଦେଖିବାକୁ ମିଳିଛି ବଡ଼ ଦୁର୍ଘଟଣା । ଏୟାର ଇଣ୍ଡିଆର ଏକ ବିମାନ ଜଳି ଯାଇଥିବା ଜଣା ପଡିଛି  । ଯେଉଁଥିରେ ପ୍ରାୟ ୨୦୦ ରୁ ଅଧିକ ଯାତ୍ରୀ ଥିବା କୁହାଯାଉଛି  । ଟେକଅପ ସମୟରେ ଏହି ବଡ଼ ଧରଣର ଦୁର୍ଘଟଣା ଘଟିଛି  । ଫଳରେ ନିଆଁରେ ଆକାଶ ଧୂଆଁମୟ ହୋଇ ଉଠିଛି  ।  ଘଟଣାସ୍ଥଳରେ ବର୍ତ୍ତମାନ ଉଦ୍ଧାର କାର୍ଯ୍ଯ ଜାରି ରହିଥିବା ଜଣା ପଡିଛି  । ପ୍ରକାଶଥାଉ ଯେ ବିମାନଟି ଲଣ୍ଡନ ଯାଉଥିଲା  । ତେବେ ଦୁର୍ଘଟଣାରେ କେତେ କ୍ଷୟକ୍ଷତି ହୋଇଛି ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ  । ଇଞ୍ଜିନରେ ବୈଷୟିକ ତ୍ରୁଟି କାରଣରୁ ଏତେ ବଡ଼ ଦୁର୍ଘଟଣା ହୋଇଥିବା କୁହାଯାଉଛି  ।

ରିପୋର୍ଟ ଅନୁସାରେ, ଏହି ଘଟଣା ପରେ ଅହମ୍ମଦବାଦରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସମସ୍ତ ପ୍ରମୁଖ ରାସ୍ତାକୁ ସିଲ କରାଯାଇଛି, ଯାହା ଫଳରେ ସହରରେ ଯାତାୟାତ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏହା ସହିତ, ବିମାନବନ୍ଦର କର୍ତ୍ତୃପକ୍ଷ ଯାତ୍ରୀମାନଙ୍କୁ ଫ୍ଲାଇଟ ସ୍ଥିତି ଯାଞ୍ଚ କରିବାକୁ ପରାମର୍ଶ ଦେଇଛନ୍ତି। ତେବେ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସୂଚନାଥାଉ କି, ନିଆଁ ଲିଭାଇବା ପାଇଁ ୭ ଟି ଦମକଳ ବାହିନୀ ଘଟଣାସ୍ଥଳରେ ନିୟୋଜିତ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ଗୁରୁତରଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସେମାନଙ୍କୁ ଅହମ୍ମଦାବାଦସ୍ଥିତ ସିଭିଲ ହସ୍ପିଟଲାକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ବିଏସଏଫ ଯବାନମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଥିବା ଜଣା ପଡିଛି । ସେପଟେ ଗୃହମନ୍ତ୍ରୀ ଅମିତ ଶାହା ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri