Posted inଜାତୀୟ

ଅହମ୍ମଦବାଦରେ ବଡ଼ ବିମାନ ଦୁର୍ଘଟଣା, ଜଳିଗଲା ବିମାନ, ଭିତରେ ଥିଲେ ୨୪୨ଜଣ ଯାତ୍ରୀ…

ଅହମଦାବାଦ, ୧୨।୬: ଗୁଜରାଟର ରାଜଧାନୀ ଅହମ୍ମଦବାଦରେ ଆଜି ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତୀୟ ବିମାନବନ୍ଦର ନିକଟସ୍ଥ ମେଘାଣୀ ନଗର ଅଞ୍ଚଳରେ ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିବା ଜଣାପଡିଛି। ବିମାନଟି ବିମାନବନ୍ଦରର କାନ୍ଥ ସହ ଧକ୍କା ହେବା ପରେ ଆବାସିକ ଅଞ୍ଚଳରେ ପଡି ନଷ୍ଟ ହୋଇଛି।

ଅହମଦାବାଦ ବିମାନ ବନ୍ଦରରେ ଦେଖିବାକୁ ମିଳିଛି ବଡ଼ ଦୁର୍ଘଟଣା । ଏୟାର ଇଣ୍ଡିଆର ଏକ ବିମାନ ଜଳି ଯାଇଥିବା ଜଣା ପଡିଛି  । ଯେଉଁଥିରେ ପ୍ରାୟ ୨୦୦ ରୁ ଅଧିକ ଯାତ୍ରୀ ଥିବା କୁହାଯାଉଛି  । ଟେକଅପ ସମୟରେ ଏହି ବଡ଼ ଧରଣର ଦୁର୍ଘଟଣା ଘଟିଛି  । ଫଳରେ ନିଆଁରେ ଆକାଶ ଧୂଆଁମୟ ହୋଇ ଉଠିଛି  ।  ଘଟଣାସ୍ଥଳରେ ବର୍ତ୍ତମାନ ଉଦ୍ଧାର କାର୍ଯ୍ଯ ଜାରି ରହିଥିବା ଜଣା ପଡିଛି  । ପ୍ରକାଶଥାଉ ଯେ ବିମାନଟି ଲଣ୍ଡନ ଯାଉଥିଲା  । ତେବେ ଦୁର୍ଘଟଣାରେ କେତେ କ୍ଷୟକ୍ଷତି ହୋଇଛି ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ  । ଇଞ୍ଜିନରେ ବୈଷୟିକ ତ୍ରୁଟି କାରଣରୁ ଏତେ ବଡ଼ ଦୁର୍ଘଟଣା ହୋଇଥିବା କୁହାଯାଉଛି  ।

ରିପୋର୍ଟ ଅନୁସାରେ, ଏହି ଘଟଣା ପରେ ଅହମ୍ମଦବାଦରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସମସ୍ତ ପ୍ରମୁଖ ରାସ୍ତାକୁ ସିଲ କରାଯାଇଛି, ଯାହା ଫଳରେ ସହରରେ ଯାତାୟାତ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏହା ସହିତ, ବିମାନବନ୍ଦର କର୍ତ୍ତୃପକ୍ଷ ଯାତ୍ରୀମାନଙ୍କୁ ଫ୍ଲାଇଟ ସ୍ଥିତି ଯାଞ୍ଚ କରିବାକୁ ପରାମର୍ଶ ଦେଇଛନ୍ତି। ତେବେ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସୂଚନାଥାଉ କି, ନିଆଁ ଲିଭାଇବା ପାଇଁ ୭ ଟି ଦମକଳ ବାହିନୀ ଘଟଣାସ୍ଥଳରେ ନିୟୋଜିତ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ଗୁରୁତରଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସେମାନଙ୍କୁ ଅହମ୍ମଦାବାଦସ୍ଥିତ ସିଭିଲ ହସ୍ପିଟଲାକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ବିଏସଏଫ ଯବାନମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଥିବା ଜଣା ପଡିଛି । ସେପଟେ ଗୃହମନ୍ତ୍ରୀ ଅମିତ ଶାହା ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri