ତୃତୀୟ ଲହର ଲାଗି ଯୋଜନାବଦ୍ଧ ଲଢ଼େଇ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଦ୍ୱିତୀୟ ଲହରର ତାଣ୍ଡବ ଦେଶରୁ ନ ଯାଉଣୁ ଏବେ ତୃତୀୟ ଲହର ଆସିବା ନେଇ ସତର୍କ ସୂଚନା ଜାରି କରିଛନ୍ତି ବୈଜ୍ଞାନିକ। କଡ଼ା ପଦକ୍ଷେପ ଗ୍ରହଣ କରି ତୃତୀୟ ଲହର ସହିତ ଲଢ଼େଇ କରିବାକୁ ହେବ ବୋଲି ଭାରତ ସରକାରଙ୍କ ବୈଜ୍ଞାନିକ ପରାମର୍ଶଦାତା ଡ. କେ. ବିଜୟରାଘବନ କହିଛନ୍ତି। ସମ୍ଭାବ୍ୟ ତୃତୀୟ ଲହର କେବେ ଆସିବ ତାହା ଜଣା ନ ଥିଲେ ମଧ୍ୟ ଏହା ନିଶ୍ଚିତ ଆସିବ। ତେଣୁ ଏହାର ମୁକାବିଲା ଲାଗି ଯୋଜନାବଦ୍ଧ ଭାବେ ପୂର୍ବ ପ୍ରସ୍ତୁତି ଅପରିହାର୍ଯ୍ୟ ବୋଲି ସେ ଚେତାବନୀ ଦେଇଛନ୍ତି। ଏହାଦ୍ୱାରା ତୃତୀୟ ଲହରକୁ ସହଜରେ କାବୁ କରିହେବାର ଯଥେଷ୍ଟ ସମ୍ଭାବନା ରହିଛି। ଦେଶର ବିଭିନ୍ନ ରାଜ୍ୟ, ଜିଲା ତଥା ସହରସ୍ତରରେ ପ୍ରଭାବଶାଳୀ ଭାବେ ମାର୍ଗଦର୍ଶିକା ଲାଗୁ ହେବା ଜରୁରୀ ବୋଲି ସେ କହିଛନ୍ତି। ଦେଶରେ ଏବେ ୟୁକେ ଭ୍ୟାରିଆଣ୍ଟ୍‌ର ପ୍ରଭାବ କମିବାରେ ଲାଗିଛି। ତେବେ ନୂଆ ଭ୍ୟାରିଆଣ୍ଟ୍‌ ଭୟଙ୍କର ସ୍ଥିତି ସୃଷ୍ଟି କରିଛି। ସାବଧାନତା ଅବଲମ୍ବନ କଲେ ତୃତୀୟ ଲହରର ପ୍ରଭାବକୁ ହ୍ରାସ କରାଯାଇ ପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri