Posted inଜାତୀୟ

ସରକାର ଭାଙ୍ଗିବାକୁ ଚକ୍ରାନ୍ତ

ଜୟପୁର,୧୨ା୭(ପି.ଟି.): କରୋନା ମହାମାରୀ ଜନିତ ସଙ୍କଟ ସମୟରେ ରାଜସ୍ଥାନ ସରକାର ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର ଚଳାଇଛି। ରାଜ୍ୟରେ କ୍ଷମତାସୀନ ସରକାରର ପତନ ପାଇଁ ଭାଜପା ପକ୍ଷରୁ କଂଗ୍ରେସ ବିଧାୟକମାନଙ୍କୁ ୧୫ କୋଟି ଟଙ୍କା ଲେଖାଏ ଯଚାଯାଇଥିବା ଶନିବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଅଭିଯୋଗ ଆଣିଛନ୍ତି। ଅନ୍ୟପକ୍ଷରେ ବର୍ତ୍ତମାନର ସ୍ଥିତି ପାଇଁ ଶାସକ ଦଳ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦାୟୀ ବୋଲି ବିରୋଧୀ ଦଳ ପକ୍ଷରୁ କୁହାଯାଇଛି। ସରକାର ଭାଙ୍ଗିବା ଉଦ୍ୟମ ସମ୍ପର୍କରେ ବୟାନ ରେକର୍ଡ କରାଇବାକୁ ରାଜ୍ୟ ପୋଲିସ ଏସ୍‌ଓଜି ପକ୍ଷରୁ ମୁଖ୍ୟମନ୍ତ୍ରୀ ଗେହଲଟ ଓ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ନୋଟିସ କରାଯାଇଛି। ଏଥିସହିତ ସରକାରଙ୍କ ମୁଖ୍ୟ ହୁଇପ୍‌ ମହେଶ ଜୋଷୀଙ୍କୁ ମଧ୍ୟ ଅନୁରୂପ ନୋଟିସ ପଠାଯାଇଛି।
ଗେହଲଟ ସରକାରକୁ ଭାଙ୍ଗିବା ଲାଗି କେତେଜଣ କଂଗ୍ରେସ ବିଧାୟକଙ୍କ ସହ ଘୋଡାବେପାରରେ ସମ୍ପୃକ୍ତ ଥିବା ଦୁଇଜଣଙ୍କ ବିରୋଧରେ ଶୁକ୍ରବାର ଏତଲା ଦାଏର ପରେ ସେମାନଙ୍କୁ ରାଜସ୍ଥାନ ଏସ୍‌ଟିଏଫ୍‌ ଗିରଫ କରିଛି। ଗିରଫ ଦୁଇଜଣ ହେଲେ ଭରତ ମଲାନି ଓ ଅଶୋକ ସିଂ। ଖୁବ୍‌ଶୀଘ୍ର ପାଖାପାଖି ୧୨ ବିଧାୟକ ଓ ଅନ୍ୟମାନଙ୍କୁ ନୋଟିସ୍‌ କରାଯିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଶନିବାର ଏକ ଖବରଦାତା ସମ୍ମିଳନୀରେ ଗେହଲଟ କହିଥିଲେ, ସାରା ଦେଶରେ ମହାମାରୀ ସଙ୍କଟ ବେଳେ ଭାଜପା ନେତାମାନେ ମାନବିକତା ଭୁଲିଯାଇ ସରକାର ଭାଙ୍ଗିବା ପାଇଁ ଉଦ୍ୟମ ଚଳାଇଛନ୍ତି। ତେବେ କଂଗ୍ରେସ ସମ୍ପୂର୍ଣ୍ଣ ୫ ବର୍ଷ ଶାସନ କରିବା ନିଶ୍ଚିତ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ। ବିରୋଧୀ ଦଳ ନେତା ଗୁଲାବ ଚାନ୍ଦ କଟାରିଆ, ଉପନେତା ରାଜେନ୍ଦ୍ର ରାଠୋର, ଭାଜପା ରାଜ୍ୟ ସଭାପତି ସତୀଶ ପୁନିଆ ଦଳର କେନ୍ଦ୍ରୀୟ ନେତୃତ୍ୱ ସହ ମିଶି ସରକାର ଭାଙ୍ଗିବା ପାଇଁ ଷଡ଼ଯନ୍ତ୍ର ଚଳାଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri