ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ ସର୍ପାଘାତରେ ମୃତ୍ୟୁବରଣ କରିଛନ୍ତି। ସାଇଆମ୍ମା ଘର ଭିତରୁ ବାଡ଼ିପଟକୁ ଯିବା ପାଇଁ କବାଟ ଖୋଲୁଖୋଲୁ ତାଙ୍କ ଡାହାଣ ଗୋଡ଼କୁ ଏକ ବିଷଧର ସାପ ଚୋଟ ମାରିଥିଲା। ସେ ପାଟି କରିବାରୁ ପରିବାର ଲୋକେ ସେଠାରେ ପହଞ୍ଚି ସାପକୁ ଦେଖିଥିଲେ। ପରେ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ସ୍ବାସ୍ଥ୍ୟକେନ୍ଦ୍ର ସୁପରିଟେଣ୍ଡେଣ୍ଟ ଡା.ବାହନ ଦାସ, ଡା.ସତ୍ୟ ନାରାୟଣ ଦାସ, ଡା.କ୍ରିଷ୍ଣା କୁମାର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଏତଲା ହେବା ପରେ ପାଟପୁର ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା ଅପମୃତ୍ୟୁ ମାମଲା ରୁଜୁ କରିଥିଲେ। ପୋଲିସ ଟିମ୍‌ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ସନ୍ଧ୍ୟା ହୋଇଯିବାରୁ ଗୁରୁବାର ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?