କଣ୍ଠଶିଳ୍ପୀ ସୌରିନ୍‌ଙ୍କୁ ଗିରଫ ପାଇଁ ପୋଲିସ ଟିମ୍‌ ଗଠନ ହେବ

କଟକ,୧ା୯ (କାର୍ତ୍ତିକ ସାହୁ):ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କୁ ଗିରଫ କରିବା ପାଇଁ କମିଶନରେଟ୍‌ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି। ହାଇକୋର୍ଟରେ ସୌରିନ୍‌ଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହେବା ସହ ତାଙ୍କ ଉପରୁ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ହଟାଇ ଦେଇଛନ୍ତି। ଫଳରେ ପୋଲିସ ପାଇଁ ମାମଲା ଆଗକୁ ବଢ଼ାଇବା ନିମନ୍ତେ ବାଟ ପରିଷ୍କାର ହୋଇଯାଇଛି। କମିଶନରେଟ୍‌ ପୋଲିସର ଜୋନ୍‌-୨ ଏସିପି ଅମିତାଭ ମହାପାତ୍ର କହିଛନ୍ତି, ସୌରିନ୍‌ଙ୍କୁ ଗିରଫ କରିବା ପାଇଁ ଆଉ କୌଣସି ଅଦାଲତି ପ୍ରତିବନ୍ଧକ ନାହିଁ। ତାଙ୍କୁ ଗିରଫ କରିବା ପାଇଁ ପୋଲିସ ଟିମ୍‌ ଗଠନ ହେବ। ସେ ଏବେ କେଉଁଠି ରହୁଛନ୍ତି। ସେ ସମ୍ପର୍କରେ ଖବର ନିଆଯିବ। ତାଙ୍କ ବିଷୟରେ ସୂଚନା ମିଳିବା ପରେ ତାଙ୍କୁ ଗିରଫ କରିବା ପାଇଁ କଟକରୁ ଏକ ପୋଲିସ ଟିମ୍‌ ସେଠାକୁ ଯିବ। ତେବେ ଖୁବ୍‌ଶୀଘ୍ର ଏହା କରାଯିବା ପରେ ମାମଲାର ତଦନ୍ତ ଆଗକୁ ନିଆଯିବ ବୋଲି ଏସିପି ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ଜଗତପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ସୌରିନ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହିତ ନିର୍ଯାତନା ଦେଉଥିଲେ। ଏ ନେଇ ଯୁବତୀ ଜଣଙ୍କ କଟକ ମହିଳା ଥାନାରେ ଜୁନ୍‌ ୧୨ରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ସୌରିନ୍‌ଙ୍କୁ ହାଜର ହେବା ପାଇଁ ନୋଟିସ୍‌ ଦେଇଥିଲା। ହେଲେ ସେ ହାଜର ହୋଇ ନ ଥିଲେ। ପରେ ପୋଲିସ ତାଙ୍କୁ ଗିରଫ କରିବା ପାଇଁ କୋଲକାତା ଯାଇଥିଲେ ମଧ୍ୟ ନିରାଶ ହୋଇ ଫେରିଥିଲା। ଅପରପକ୍ଷରେ ଗିରଫଦାରିରୁ ବର୍ତ୍ତିବା ପାଇଁ ସୌରିନ୍‌ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ହାଇକୋର୍ଟ ମାମଲାର ରାୟ ପ୍ରକାଶ କରି ସୌରିନ୍‌ଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଥିଲେ। ଏଥିସହ ତାଙ୍କୁ ପ୍ରାଥମିକ ଅବସ୍ଥାରେ ଯୋଗାଇ ଦିଆଯାଇଥିବା ଅନ୍ତରୀଣ ସୁରକ୍ଷାକୁ ହଟାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri