‘ଭୋଗକୁ ନେଇ ଅପପ୍ରଚାର ଏକ ହୀନ ଉଦ୍ୟମ’

ରଘୁନାଥପୁର,୧୭।୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ମହିମା ଅବର୍ଣ୍ଣନୀୟ। ପୀଠ ପକ୍ଷରୁ ନିଲାମ ଦିଆଯାଇଥିବା ଭୋଗ ଦୋକାନରେ ନିମ୍ନମାନର ଭୋଗ ବିକ୍ରୟ ହେଉଥିବା ଏବଂ ଏହାକୁ କିଣୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଅନେକେ ନିକଟସ୍ଥ ପୋଖରୀରେ ଫୋପାଡ଼ି ଦେଉଥିବା ନେଇ ଅପପ୍ରଚାର ହେଉଛି। ଏ ସମ୍ପର୍କରେ ହାତଗଣତି ଖବରକାଗଜରେ ପ୍ରକାଶ ପାଇବା ସହ ଏହାର କପି ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଏହା ସମ୍ପୂର୍ଣ୍ଣ ମିଥ୍ୟା। ପୀଠର ମର୍ଯ୍ୟାଦା ହାନି କରିବା ପାଇଁ ଏଭଳି ଷଡ଼ଯନ୍ତ୍ର କରାଯାଇଛି ବୋଲି ଉପଦେଷ୍ଟା ସୁଶାନ୍ତ କୁମାର ଦାଶ ଓ ଗ୍ରାମ କମିଟି ସଦସ୍ୟ ପ୍ରଦୀପ୍ତ କୁମାର ମହାନ୍ତିଙ୍କ ସହ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଖାଦ୍ୟ ଅନୁପଯୋଗୀ ଭୋଗକୁ ନେଇ ପ୍ରକାଶ ପାଇଥିବା ଖବରରେ ପୀଠ ସହ ଜଡ଼ିତ ଥିବା ଉପଦେଷ୍ଟା ପ୍ରଶାନ୍ତ କୁମାର ଭୂୟାଁ  ଓ ସ୍ଥାନୀୟ ଗ୍ରାମ କମିଟି ସଦସ୍ୟ ଆଇନଜୀବୀ ଜୀବନବଲ୍ଲଭ ମହାନ୍ତିଙ୍କ ନାମ ଉଲ୍ଲେଖ ରହିଛି। ଉକ୍ତ ୨ ଜଣ ଭୋଗ ସମ୍ପର୍କରେ କୌଣସି ମତାମତ ରଖି ନ ଥିବା ସ୍ପଷ୍ଟ କରିଛନ୍ତି। ଏଭଳି ଅପପ୍ରଚାର ଦ୍ୱାରା ନିଲାମଧାରୀ ଭୋଗ ଦୋକାନୀଙ୍କ ସମେତ ପ୍ରଭୁଙ୍କ ଆୟରେ କ୍ଷତି ଘଟୁଛି ବୋଲି ଆଇନଜୀବୀ ମହାନ୍ତି କହିଛନ୍ତି। ଏ ସମ୍ପର୍କରେ ଆଲୋଚନା କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି। ନିମ୍ନମାନର ଭୋଗ ବିକ୍ରୟ ସମ୍ପର୍କରେ କୌଣସି ଅଭିଯୋଗ ଟ୍ରଷ୍ଟବୋର୍ଡ ଅଫିସକୁ ଆସିନି ବୋଲି ଉପଦେଷ୍ଟା ଭୂୟାଁ ପ୍ରକାଶ କରିଛନ୍ତି। ଆସନ୍ତା ଅକ୍ଷୟ ତୃତୀୟାରୁ ପୀଠରେ ୮ ଦିନ ବ୍ୟାପୀ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ। ଏହି ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ମାତ୍ର ଏହାପୂର୍ବରୁ ଏଭଳି ଅପପ୍ରଚାର କରାଯିବା ଦ୍ୱାରା ବ୍ୟବସାୟରେ କ୍ଷତି ହୋଇପାରେ ବୋଲି ଭୋଗ ଦୋକାନ ନିଲାମଧାରୀ ରମେଶ ସାହୁ ଆଶଙ୍କା ବ୍ୟକ୍ତ କରି ଏଭଳି ଅପପ୍ରଚାରକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri