ଉତ୍ସବମୁଖର ପର୍ଯ୍ୟଟନସ୍ଥଳୀ

ଭୋଗରାଇ,୧।୧(ପ୍ରଦୀପ ଦାସ): ସୋମବାର ଇଂଲିଶ ନବବର୍ଷ। ଗାଁଠୁ ସହର ସବୁଠି ଉତ୍ସବମୁଖର। ମନ୍ଦିର, ମସ୍‌ଜିଦ ଓ ଗୀର୍ଜାରେ ଚାଲିଛି ବିଶେଷ ପୂଜାର୍ଚ୍ଚନା, ନମାଜପାଠ ଓ ଭକ୍ତି ଆରାଧନା। ସମୁଦ୍ରକୂଳ ଓ ପର୍ଯ୍ୟଟନସ୍ଥଳୀଗୁଡିକରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ସମାଗମ। ଭୋଜିଭାତ, ମୃଦୁ ପାନୀୟରେ ଜମିଛି ଆସର। ରାସ୍ତାଘାଟ, ହୋଟେଲ, ରେଷ୍ଟୁରାଣ୍ଟ, ପାର୍କରେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ନାହିଁ ନ ଥିବା ଭିଡ଼ ପରିଲକ୍ଷିତ ହେଉଛି। ରବିବାର ସରକାରୀ ଛୁଟି ଥିବାରୁ ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋ ଟୁରିଜିମ, ଚୌମୁଖ, ଡଗରା, ବାହାବଳପୁର, କଷାଫଳ, ଚାନ୍ଦିପୁର ସମୁଦ୍ରକୂଳକୁ ପର୍ଯ୍ୟଟକଙ୍କ ଆଗମନରେ ସମୁଦ୍ରକୁଳ ବେଳାଭୂମି ପାଲଟିଛି ମେଳାଭୂମି। ଝାଉଁ ଜଙ୍ଗଲରେ ପିକନିକ୍‌ ପାର୍ଟି ସହ ସମୁଦ୍ରରେ ଗାଧୋଇବା ଓ ସ୍ପିଡି ବୋଟରେ ବସି ୪ କି.ମି. ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯାଇ ଫେରିବା ମଜା ନେଇଛନ୍ତି ପର୍ଯ୍ୟଟକ। ଦୀଘା, ଶଙ୍କରପୁର, ତାଜପୁର, ମନ୍ଦାରମଣି ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ। ଦୂରଦୂରାନ୍ତରୁ ଆସିଥିବା ପର୍ଯ୍ୟଟକମାନେ ଚନ୍ଦନେଶ୍ୱର, ତାଳସାରୀ ଓଟିଡିସି ଓ ହୋଟେଲରେ ଅଧିକ ଭଡାରେ ରହିବାକୁ ବାଧ୍ୟ ହୋଇଛନ୍ତି। ଦୀଘାରେ ସହସ୍ରାଧିକ ହୋଟେଲ, ପାର୍କରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ବିଦ୍ୟୁତ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇ ଆକର୍ଷିତ କରାଯାଇଛି। ବହୁସ୍ଥାନରେ ପୁରୁଣା ବର୍ଷକୁ ବିଦାୟ ଓ ନୂଆବର୍ଷ ଆଗମନରେ ହୋଟେଲରେ ସାରା ରାତି ନାଚ ଗୀତର ଆୟୋଜନ ହୋଇଛି। ବହୁ ପର୍ଯ୍ୟଟକ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର, ଭୂଷୁଣ୍ଡେଶ୍ୱର, ମା’ ବାସୁଳୀ ପୀଠରେ ଭିଡ ଜମାଇଥିବାବେଳେ ଭକ୍ତମାନେ ନିଜ ପରିବାରର ମଙ୍ଗଳକାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri