ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ଆସୁଥିବା ଦେଖି ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ ଲୋକେ ମହାବଳକୁ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଟିମ୍‌ ପହଞ୍ଚତ୍ ସ୍ଥିତି ଉପରେ ନଜର ରଖିଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଏରିଆରୁ ବାଘଟି ଆସିଥିବା ବନ ବିଭାଗ ଅନୁମାନ କରୁଛି।

Dharitri – Odisha’s No.1 Odia Daily

 

Share