ଗର୍ଭବତୀ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା

ସମ୍ବଲପୁର,୨୧।୮(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଗଇଲଗୁଡି ଗ୍ରାମର ମଙ୍ଗଳୁ ଶବର ନିଜ ଗର୍ଭବତୀ ସ୍ତ୍ରୀ ପଦ୍ମିନୀଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି। ମାମଲାକୁ ଚପାଇଦେବାକୁ ଚେଷ୍ଟାକରି ସେ ଜଙ୍ଗଲ ଭିତରେ ପୋତି ଦେଇଥିବା ମୃତଦେହ ୪ଦିନ ପରେ ଜବତ ହୋଇଛି। ଯୁଯୁମୁରା ଅତିରିକ୍ତ ତହସିଲଦାର ମମତା ନନ୍ଦଙ୍କ ଉପସ୍ଥିତିରେ ଗଳିତ ମୃତଦେହ ମିଳିବା ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ ମେହେରଙ୍କ ସହ ସାଇଣ୍ଟିଫିକ ଟିମ୍‌ ତଦନ୍ତ କରିଥିଲେ। ପଦ୍ମିନୀଙ୍କ ପରିବାର ଲୋକଙ୍କ ଅଭିଯୋଗକ୍ରମେ ପୋଲିସ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ମଙ୍ଗଳୁଙ୍କୁ କୋର୍ଟ ଚାଲାଣ କରିଛି। ଗଇଲଗୁଡି ଗ୍ରାମର ମଙ୍ଗଳୁ ଓ ପଦ୍ମିନୀଙ୍କ ଗୋଟିଏ ପୁଅ ଓ ୩ ଝିଅ ଅଛନ୍ତି। ପଦ୍ମିନୀ ପୁଣି ଥରେ ଗର୍ଭବତୀ ଥିବାର ଜାଣିବା ପରେ ଗର୍ଭନଷ୍ଟ କରିବାକୁ ଉଭୟେ ସ୍ଥିର କରିଥିଲେ। ଉଦ୍ୟମ ପରେ ବି ଗର୍ଭ ନଷ୍ଟ ନ ହେବାରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗିରହିଥିଲା। ଅଗଷ୍ଟ ୧୫ରେ ଦମ୍ପତି ଜଙ୍ଗଲକୁ ଗୋରୁ ଚରାଇବାକୁ ଯାଇଥିଲେ। ସେଠାରେ ଗର୍ଭନଷ୍ଟ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ନିଶାସକ୍ତ ମଙ୍ଗଳୁ ପଦ୍ମିନୀଙ୍କୁ ମାଡ଼ ମାରିବା ସହ ତଣ୍ଟି ଚିପି ଜଙ୍ଗଲରେ ଛାଡି ଘରକୁ ଫେରି ଆସିଥିଲେ। ପୁଣି ରାତିରେ ସେ ଜଙ୍ଗଲକୁ ଯାଇ ଉଠାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ପଦ୍ମିନୀ ଉଠିପାରି ନ ଥିଲେ। ସାରା ରାତି ଜୀବନ ସହ ସଂଗ୍ରାମ କରି ତାଙ୍କର ମୃତ୍ୟୁ ଘଟିଥିଲା। ମାମଲାକୁ ଚପାଇବା ପାଇଁ ପରଦିନ ଅଗଷ୍ଟ ୧୬ରେ ମଙ୍ଗଳୁ ଘରୁ କୋଦାଳ ନେଇ ମାଟି ଖୋଳି ପଦ୍ମିନୀଙ୍କ ମୃତଦେହ ପୋତି ଦେଇଥିଲେ। ୧୮ ତାରିଖରେ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପୋଲିସ ଘଟଣାସ୍ଥଳ ଓ ଗ୍ରାମକୁ ଯାଇ ତଦନ୍ତ କରିବା ପରେ ହତ୍ୟା କରାଯାଇଥିବା ଜଣାପଡିଥିଲା। ପୋଲିସ ୧୯ ତାରିଖରେ ମଙ୍ଗଳଙ୍କୁ ଗିରଫ କରିଥିଲା। ପଚରାଉଚୁରା ବେଳେ ସେ ହତ୍ୟା କରିଥିବା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri