ଗର୍ଭବତୀ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା

ସମ୍ବଲପୁର,୨୧।୮(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଗଇଲଗୁଡି ଗ୍ରାମର ମଙ୍ଗଳୁ ଶବର ନିଜ ଗର୍ଭବତୀ ସ୍ତ୍ରୀ ପଦ୍ମିନୀଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି। ମାମଲାକୁ ଚପାଇଦେବାକୁ ଚେଷ୍ଟାକରି ସେ ଜଙ୍ଗଲ ଭିତରେ ପୋତି ଦେଇଥିବା ମୃତଦେହ ୪ଦିନ ପରେ ଜବତ ହୋଇଛି। ଯୁଯୁମୁରା ଅତିରିକ୍ତ ତହସିଲଦାର ମମତା ନନ୍ଦଙ୍କ ଉପସ୍ଥିତିରେ ଗଳିତ ମୃତଦେହ ମିଳିବା ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ ମେହେରଙ୍କ ସହ ସାଇଣ୍ଟିଫିକ ଟିମ୍‌ ତଦନ୍ତ କରିଥିଲେ। ପଦ୍ମିନୀଙ୍କ ପରିବାର ଲୋକଙ୍କ ଅଭିଯୋଗକ୍ରମେ ପୋଲିସ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ମଙ୍ଗଳୁଙ୍କୁ କୋର୍ଟ ଚାଲାଣ କରିଛି। ଗଇଲଗୁଡି ଗ୍ରାମର ମଙ୍ଗଳୁ ଓ ପଦ୍ମିନୀଙ୍କ ଗୋଟିଏ ପୁଅ ଓ ୩ ଝିଅ ଅଛନ୍ତି। ପଦ୍ମିନୀ ପୁଣି ଥରେ ଗର୍ଭବତୀ ଥିବାର ଜାଣିବା ପରେ ଗର୍ଭନଷ୍ଟ କରିବାକୁ ଉଭୟେ ସ୍ଥିର କରିଥିଲେ। ଉଦ୍ୟମ ପରେ ବି ଗର୍ଭ ନଷ୍ଟ ନ ହେବାରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗିରହିଥିଲା। ଅଗଷ୍ଟ ୧୫ରେ ଦମ୍ପତି ଜଙ୍ଗଲକୁ ଗୋରୁ ଚରାଇବାକୁ ଯାଇଥିଲେ। ସେଠାରେ ଗର୍ଭନଷ୍ଟ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ନିଶାସକ୍ତ ମଙ୍ଗଳୁ ପଦ୍ମିନୀଙ୍କୁ ମାଡ଼ ମାରିବା ସହ ତଣ୍ଟି ଚିପି ଜଙ୍ଗଲରେ ଛାଡି ଘରକୁ ଫେରି ଆସିଥିଲେ। ପୁଣି ରାତିରେ ସେ ଜଙ୍ଗଲକୁ ଯାଇ ଉଠାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ପଦ୍ମିନୀ ଉଠିପାରି ନ ଥିଲେ। ସାରା ରାତି ଜୀବନ ସହ ସଂଗ୍ରାମ କରି ତାଙ୍କର ମୃତ୍ୟୁ ଘଟିଥିଲା। ମାମଲାକୁ ଚପାଇବା ପାଇଁ ପରଦିନ ଅଗଷ୍ଟ ୧୬ରେ ମଙ୍ଗଳୁ ଘରୁ କୋଦାଳ ନେଇ ମାଟି ଖୋଳି ପଦ୍ମିନୀଙ୍କ ମୃତଦେହ ପୋତି ଦେଇଥିଲେ। ୧୮ ତାରିଖରେ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପୋଲିସ ଘଟଣାସ୍ଥଳ ଓ ଗ୍ରାମକୁ ଯାଇ ତଦନ୍ତ କରିବା ପରେ ହତ୍ୟା କରାଯାଇଥିବା ଜଣାପଡିଥିଲା। ପୋଲିସ ୧୯ ତାରିଖରେ ମଙ୍ଗଳଙ୍କୁ ଗିରଫ କରିଥିଲା। ପଚରାଉଚୁରା ବେଳେ ସେ ହତ୍ୟା କରିଥିବା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri