ରାତି ୧୨ରେ ଉଠିବ ମହାଦୀପ

ଶରଣକୁଳ,୨୬ା୧(ଡି.ଏନ.ଏ.): ପ୍ରସିଦ୍ଧ ଶୈବକ୍ଷେତ୍ର ଶରଣକୁଳ ଲଡୁବାବାଙ୍କ ଜାଗର ଯାତ୍ରା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଦେବୋତ୍ତର ନିର୍ବାହୀ ଅଧିକାରୀ ତଥା ଉପ ଜିଲାପାଳ ଶକ୍ତିକାନ୍ତ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ଗଁା ତହସିଲଦାର ବିଜୟିତା ସାମନ୍ତସିଂହାର, ଶରଣକୁଳ ଏସ୍‌ଡିପିଓ କରିଣ ହେମ୍ବ୍ରମ୍‌, ଜିଲା ପରିଷଦ ସଭ୍ୟା ଚିନ୍ମୟୀ ଦାଶ, ଶରଣକୁଳ ସରପଞ୍ଚ ମିନାକ୍ଷୀ ପ୍ରସାଦ ସାହୁ, ଶିଖରପୁର ସରପଞ୍ଚ ସନ୍ୟାସୀ ପ୍ରଧାନ, ସମିତି ସଭ୍ୟ ଭାଗବତ ସେଠୀ, ପ୍ରତୀକ ମହାପାତ୍ର, ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶକ ଭାସ୍କର ମହାପାତ୍ର, ନୟାଗଡ ଦେବୋତ୍ତର ମ୍ୟାନେଜର ତାପସ ରଞ୍ଜନ ପଟ୍ଟନାୟକ, ମନ୍ଦିର ପରିଚାଳକ ସୁବାଷ ଚନ୍ଦ୍ର ବରାଡ, ଶୈବ ସେବାୟତ ସଂଘର ସଭାପତି ତ୍ରିଲୋଚନ ମହାପାତ୍ର ପ୍ରମୁଖ ଯୋଗଦେଇ ନିଜସ୍ବ ମତ ଉପସ୍ଥାପନ କରିଥିଲେ।

ଆସନ୍ତା ୧୮ରେ ହେବାକୁ ଥିବା ଜାଗର ଯାତ୍ରାକୁ କିପରି ଶୃଙ୍ଖଳିତ ଭାବେ ପାଳନ କରାଯାଇପାରିବ ସେନେଇ ବିସ୍ତୁତ ଆଲୋଚନା ହୋଇଥିଲା। ଠାକୁରଙ୍କ ପରମ୍ପରା ଅନୁଯାୟୀ ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତ ନୀତିକାନ୍ତି ଓ ଯାତ୍ରୀ ଦର୍ଶନ ଶୃଙ୍ଖଳାରେ କରିବା ପାଇଁ ମନ୍ଦିର ପରିଚାଳକ, ଭାରପ୍ରାପ୍ତ ଆରକ୍ଷୀ ନିରୀକ୍ଷକଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ମହାଶିବରାତ୍ରୀ ଦିନ ଠାକୁରଙ୍କ ଅବକାଶ ନୀତି ରାତ୍ର ୧୨ଘଟିକାରୁ ଆରମ୍ଭ ହୋଇ ସକାଳ ପୂଜାନୀତି ଭୋର ୩ଟା ମଧ୍ୟରେ ସମ୍ପାଦିକ ହେବ। ଭୋର ୪ଟାରୁ ସନ୍ଧ୍ୟା ୬.୩୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ, ୬.୩୦ ରୁ ୭.୩୦ ସନ୍ଧ୍ୟା ପୂଜାନୀତି, ରାତ୍ର ୭.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଏବଂ ରାତ୍ର ୧୦.୩୦ ଠାରୁ ମହାଶିବରାତ୍ରୀ ବେଢା ପରିକ୍ରମା ହୋଇ ରାତ୍ର ୧୨ଟା ମଧ୍ୟରେ ମହାଦୀପ ଉଠିବ। ଏହାପରେ ଅନ୍ୟାନ୍ୟ ଦେବନୀତି ସମ୍ପନ୍ନ କରାଯାଇ ମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?