Posted inଜାତୀୟ

କୋଣାର୍କରେ ହେବ ପ୍ରୋଜେକ୍ସନ ମ୍ୟାପିଂ ଶୋ’

ନୂଆଦିଲ୍ଲୀ,୨୮ା୪: ଜନସାଧାରଣଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ଆଲୋଚନା କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ର ୧୦୦ତମ ଅଧ୍ୟାୟ ପୂର୍ତ୍ତି ଅବସରରେ କୋଣାର୍କ ସୂର୍ଯ୍ୟମନ୍ଦିରଠାରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଅତ୍ୟାଧୁନିକ ପ୍ରୋଜେକ୍ସନ ମ୍ୟାପିଂ ଶୋ’ ଆୟୋଜିତ ହେବ। ଆସନ୍ତା ୨୯ ତାରିଖରେ ଆଇଏସ୍‌ଆଇ କୀର୍ତ୍ତିରାଜି ସମେତ ୧୩ଟି ପ୍ରତିଷ୍ଠିତ ସ୍ଥାନରେ ଏଭଳି ଶୋ’ର ଆୟୋଜନ କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବିବିଧତା ଶୀର୍ଷକ ଉପରେ ଐତିହାସିକ, ପ୍ରତ୍ନତାତ୍ତ୍ୱିକ ଗୁରୁତ୍ୱ ତଥା ଭାରତର ବିବିଧତା ମଧ୍ୟରେ ଆଞ୍ଚଳିକ ବୈଶିଷ୍ଟ୍ୟ ଉକ୍ତ ଶୋ’ରେ ପ୍ରଦର୍ଶିତ ହେବ ବୋଲି କେନ୍ଦ୍ର ସଂସ୍କୃତି ସଚିବ ଗୋବିନ୍ଦ ମୋହନ କହିଛନ୍ତି।
ଆଞ୍ଚଳିକ ଭାଷାରେ ପ୍ରୋଜେକ୍ସନ ମ୍ୟାପିଂ ଶୋ’ହେବାକୁ ଥିବାବେଳେ ସେଥିରେ ଦେଶର ଇତିହାସ ଓ ଐତିହ୍ୟକୁ ବିସ୍ତୃତ ଭାବେ ଉପସ୍ଥାପନ କରାଯିବ। ଦର୍ଶକମାନେ ରାତି ୭ଟାରୁ ଏହାକୁ ଉପଭୋଗ କରିବାର ସୁଯୋଗ ପାଇବେ। ସେହିପରି ୩୦ ତାରିଖରେ ନୂଆଦିଲ୍ଲୀର ଏନ୍‌ଜିଏମ୍‌ଏରେ ଜନଶକ୍ତି ଉପରେ ଏକ ଚିତ୍ରକଳା ପ୍ରଦର୍ଶନୀର ଉଦ୍‌ଘାଟନ କରାଯିବ। ସେଥିରେ ୧୨ ଜଣ ଖ୍ୟାତନାମା ଚିତ୍ରକରଙ୍କ ପେଣ୍ଟିଂ ପ୍ରଦର୍ଶିତ ହେବ। ମୋଦିଙ୍କ ମନ୍‌ କୀ ବାତ୍‌ରେ ଉଲ୍ଲେଖ ଥିବା ସାଧାରଣ ବ୍ୟକ୍ତିବିଶେଷଙ୍କ ବୀରତ୍ୱ ଗାଥାକୁ ଅମୃତଚିତ୍ର କମିକ୍ସରେ ପ୍ରକାଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri