Posted inଜାତୀୟ

କୋଣାର୍କରେ ହେବ ପ୍ରୋଜେକ୍ସନ ମ୍ୟାପିଂ ଶୋ’

ନୂଆଦିଲ୍ଲୀ,୨୮ା୪: ଜନସାଧାରଣଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ଆଲୋଚନା କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ର ୧୦୦ତମ ଅଧ୍ୟାୟ ପୂର୍ତ୍ତି ଅବସରରେ କୋଣାର୍କ ସୂର୍ଯ୍ୟମନ୍ଦିରଠାରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଅତ୍ୟାଧୁନିକ ପ୍ରୋଜେକ୍ସନ ମ୍ୟାପିଂ ଶୋ’ ଆୟୋଜିତ ହେବ। ଆସନ୍ତା ୨୯ ତାରିଖରେ ଆଇଏସ୍‌ଆଇ କୀର୍ତ୍ତିରାଜି ସମେତ ୧୩ଟି ପ୍ରତିଷ୍ଠିତ ସ୍ଥାନରେ ଏଭଳି ଶୋ’ର ଆୟୋଜନ କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବିବିଧତା ଶୀର୍ଷକ ଉପରେ ଐତିହାସିକ, ପ୍ରତ୍ନତାତ୍ତ୍ୱିକ ଗୁରୁତ୍ୱ ତଥା ଭାରତର ବିବିଧତା ମଧ୍ୟରେ ଆଞ୍ଚଳିକ ବୈଶିଷ୍ଟ୍ୟ ଉକ୍ତ ଶୋ’ରେ ପ୍ରଦର୍ଶିତ ହେବ ବୋଲି କେନ୍ଦ୍ର ସଂସ୍କୃତି ସଚିବ ଗୋବିନ୍ଦ ମୋହନ କହିଛନ୍ତି।
ଆଞ୍ଚଳିକ ଭାଷାରେ ପ୍ରୋଜେକ୍ସନ ମ୍ୟାପିଂ ଶୋ’ହେବାକୁ ଥିବାବେଳେ ସେଥିରେ ଦେଶର ଇତିହାସ ଓ ଐତିହ୍ୟକୁ ବିସ୍ତୃତ ଭାବେ ଉପସ୍ଥାପନ କରାଯିବ। ଦର୍ଶକମାନେ ରାତି ୭ଟାରୁ ଏହାକୁ ଉପଭୋଗ କରିବାର ସୁଯୋଗ ପାଇବେ। ସେହିପରି ୩୦ ତାରିଖରେ ନୂଆଦିଲ୍ଲୀର ଏନ୍‌ଜିଏମ୍‌ଏରେ ଜନଶକ୍ତି ଉପରେ ଏକ ଚିତ୍ରକଳା ପ୍ରଦର୍ଶନୀର ଉଦ୍‌ଘାଟନ କରାଯିବ। ସେଥିରେ ୧୨ ଜଣ ଖ୍ୟାତନାମା ଚିତ୍ରକରଙ୍କ ପେଣ୍ଟିଂ ପ୍ରଦର୍ଶିତ ହେବ। ମୋଦିଙ୍କ ମନ୍‌ କୀ ବାତ୍‌ରେ ଉଲ୍ଲେଖ ଥିବା ସାଧାରଣ ବ୍ୟକ୍ତିବିଶେଷଙ୍କ ବୀରତ୍ୱ ଗାଥାକୁ ଅମୃତଚିତ୍ର କମିକ୍ସରେ ପ୍ରକାଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri