ପରିବା ବିକି ଅଭିନବ ପ୍ରତିବାଦ

ଭୁବନେଶ୍ୱର,୯।୯ (ଅନୁରାଧା ମହାରଣା): ଫାର୍ମାସିଷ୍ଟ ପଦବୀ ଏବଂ ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ପଦବୀ ପୂରଣ ଦାବିରେ ଓଡିଶା ପଞ୍ଜୀକୃତ ଫାର୍ମାସିଷ୍ଟ ମହାସଂଘ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇଛି। ଓଡ଼ିଶାର ସମସ୍ତ ୪୫ହଜାର ପଞ୍ଜୀକୃତ ଫାର୍ମାସିଷ୍ଟ ଏବଂ ୨୧ହଜାର ଫାର୍ମାସି ଛାତ୍ରୀଛାତ୍ରଙ୍କୁ ନେଇ ଗଠିତ ଏହି ସଂଘର ସଦସ୍ୟମାନେ ୟୁନିଟ୍‌-୧ସ୍ଥିତ ସବ୍‌ କୋଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ ସମ୍ମୁଖରେ ପରିବା ବିକି ପ୍ରତିବାଦ କରିଛନ୍ତି। ସେମାନଙ୍କ ଅଭିଯୋଗ ଅନୁସାରେ, ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସ୍‌ଏସ୍‌ଏସ୍‌ସି)ର ନିଯୁକ୍ତି କ୍ୟାଲେଣ୍ଡରରେ ୧ହଜାରରୁ ଊର୍ଦ୍ଧ୍ୱ ଫାର୍ମାସିଷ୍ଟ ପଦବୀ ଏବଂ ୧୪ଶହରୁ ଅଧିକ ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟ କର୍ମୀ ପଦବୀରେ ନିଯୁକ୍ତି ନେଇ ଚଳିତବର୍ଷ ମେରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଲ୍ଲେଖ ଥିଲା। ମାତ୍ର ପ୍ରତି ମାସରେ ଓଏସ୍‌ଏସ୍‌ଏସ୍‌ସି ସେହି ବିଜ୍ଞପ୍ତିକୁ ଘୁଞ୍ଚାଇ ଚାଲିଛନ୍ତି ବୋଲି ସଂଘ ସଭାପତି ଦିପ୍ତୀରଞ୍ଜନ ସ୍ବାଇଁ କହିଛନ୍ତି। ହଜାର ହଜାର ଫାର୍ମାସିଷ୍ଟଙ୍କ ଜୀବନ ଜୀବିକା ସହ ଓଏସ୍‌ଏସ୍‌ଏସ୍‌ସି କର୍ତ୍ତୃପକ୍ଷ ଖେଳୁଥିବା କହି ଆନ୍ଦୋଳନକାରୀମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଫାର୍ମାସିଷ୍ଟ ପଦବୀ ଏବଂ ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦିଆଯାଉ ନ ଥିବାରୁ ରାଜ୍ୟର ସ୍ବାସ୍ଥ୍ୟ ସେବା ବାଧାପ୍ରାପ୍ତ ହେଉଅଛି। ସେପ୍ଟେମ୍ବରରେ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ନ ହେଲେ, ଏହାର ବିରୋଧରେ ଓଡିଶା ପଞ୍ଜୀକୃତ ଫାର୍ମାସିଷ୍ଟ ମହାସଂଘ ତରଫରୁ ଓଏସ୍‌ଏସ୍‌ଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଅହୋରାତ୍ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri