ଟୋଲ୍‌ଗେଟ୍‌ରେ ବିନା ଶୁଳ୍କରେ ଗାଡି ଛାଡିଲେ

ଚୌଦ୍ୱାର/କଟକ ସଦର, ୧୩ା୧୨(ଡି.ଏନ୍‌.ଏ.): କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତି, କୃଷକ ମୋର୍ଚ୍ଚା କଟକ ଜିଲା କମିଟି ଓ ଅନ୍ୟ ସଙ୍ଗଠନ ପକ୍ଷରୁ ଶନିବାର ୧୬ ନଂ. ଜାତୀୟ ରାଜପଥର ମଙ୍ଗୁଳି ଟୋଲ୍‌ଗେଟ୍‌ ନିକଟରେ ପୂର୍ବାହ୍ନ ୧୨ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିସହ ବିକ୍ଷୋଭକାରୀମାନେ ବିନା ଶୁଳ୍କରେ ଗାଡିଗୁଡିକୁ ଟୋଲ୍‌ଗେଟ୍‌ ପାର୍‌ କରାଇଥିଲେ। ଜିଲା କୃଷକ ସଭା ସଭାପତି ମଧୁସୂଦନ ପତି, ସିପିଆଇ(ଏମ୍‌)ର ଜିଲା ସମ୍ପାଦକ ବଦ୍ରି ନାରାୟଣ ଦାସଙ୍କ ପରିଚାଳନାରେ ବିଷ୍ଣୁ ବେହେରା, ପ୍ରତାପ ମହାପାତ୍ର, କୃଷକ ନେତା ପିତାମ୍ବର ଲେଙ୍କା, ଯୁବ ଫେଡେରେଶନ୍‌ ନେତା ରିତିକ୍‌ ମହାପାତ୍ର, ଗଣତାନ୍ତ୍ରିକ ମହିଳା ସମିତି ଜିଲା ସମ୍ପାଦିକା ବୁଲି ସାହୁ, ଜୟନ୍ତୀ ଗାଗରାଇଙ୍କ ସମେତ ଦଳୀୟ କର୍ମୀ ଓ କୃଷକମାନେ ବିକ୍ଷୋଭରେ ସାମିଲ ହୋଇଥିଲେ।

ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଶନିବାର କନ୍ଦରପୁର ଟୋଲ୍‌ଗେଟ୍‌ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିନକ ପାଇଁ କୌଣସି ଯାନରୁ ଶୁଳ୍କ ଆଦାୟ ନ କରିବାକୁ ସଙ୍ଗଠନର କର୍ମକର୍ତ୍ତାମାନେ ଜିଦ୍‌ ଧରିଥିଲେ। ଫଳରେ ଶୁଳ୍କ ଆଦାୟ ନ କରିବା ଦାବିକୁ ଟୋଲ୍‌ଗେଟ୍‌ କର୍ତ୍ତୃପକ୍ଷ ମାନି ନେଇଥିଲେ। କଟକ ସଦର ବ୍ଲକ ସଂଯୋଜକ ରାମଚନ୍ଦ୍ର ରାଉତ, ଦେବୀ ପ୍ରସାଦ ମହାରଣା, ଶରତ ଚନ୍ଦ୍ର ମହାପାତ୍ର ଓ ଅଶୋକ ସାହୁ ପ୍ରମୁଖ ବିକ୍ଷୋଭର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri