ବର୍ଷାରେ ଧୋଇଲା ସଂଯୋଗୀ ରାସ୍ତା

ବାଲିଆପାଳ,୧୨।୮(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷାରେ ବାଲିଆପାଳ ବ୍ଲକ ବୋଳଙ୍ଗ ପଞ୍ଚାୟତ ଦ୍ୱାରିକା ହାଟକୁ ଯିବା ମୁଖ୍ୟ ରାସ୍ତାର କେନାଲ ପୋଲ ପାଖ ରାସ୍ତା ଧୋଇଯାଇଛି। ଫଳରେ ଯାତାୟାତ ଠପ୍‌ ହୋଇଯାଇଛି।
ଉକ୍ତ ରାସ୍ତା ଦେଇ ବିଭିନ୍ନ ଗ୍ରାମରୁ ଲୋକମାନେ ଦ୍ୱାରିକା ହାଟକୁ ବେପାର ବାଣିଜ୍ୟ କରିବା ସହିତ ନିଜର ଜୀବିକା ନିର୍ବାହ ପାଇଁ ଯା’ଆସ କରନ୍ତି। ପ୍ରବଳ ବର୍ଷା ଯୋଗୁ ଏହି ରାସ୍ତାର କେନାଲ ପୋଲକୁ ସଂଯୋଗ କରୁଥିବା ସ୍ଥାନ ସମ୍ପୂର୍ଣ୍ଣ ଧସି ନଷ୍ଟ ହୋଇଯାଇଛି। ଫଳରେ ବୋଲଙ୍ଗ ପଞ୍ଚାୟତରୁ ଦ୍ୱାରିକା, ମହାନ୍ତି ଛକ, କଷାଫଳ, ଲଙ୍ଗଳେଶ୍ୱର, ବୋଲଙ୍ଗ ଚକକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ପିଇବା ପାଣି ମଧ୍ୟ ଆଣିବାକୁ ଏଠାରେ ଲୋକମାନେ ନଳକୂପକୁ ଯାଇପାରୁନାହାନ୍ତି। ଗାଡ଼ି, ମୋଟରସାଇକେଲ, ସାଇକେଲରେ ଲୋକମାନେ ଯାଇ ପାରୁନାହାନ୍ତି। ବୋଲଙ୍ଗ ପଞ୍ଚାୟତ ସରପଞ୍ଚ ଜ୍ୟୋସ୍ନାରାଣୀ ମଲ୍ଲିକ, ସରପଞ୍ଚଙ୍କ ପ୍ରତିନିଧି କାର୍ତ୍ତିକ ମଲ୍ଲିକ, ସମିତିସଭ୍ୟା ତପନ ରାଉତ, ବୋଳଙ୍ଗା ପଞ୍ଚାୟତର ବିଜେଡ଼ି ପଞ୍ଚାୟତ ସଭାପତି ଯୋଗେନ୍ଦ୍ର ମହାପାତ୍ର, ପୁଳିନ ବେହେରା, ବାଦଲ ବେହେରା, ବିଦ୍ୟାଧର ସାମଲ, ଗଣେଶ ଦାସ, ଶମ୍ଭୁନାଥ ପାତ୍ର, ଗୌତମ ପାତ୍ର, ତପନ ମହାନ୍ତି, ଭାସ୍କର ବେହେରା, ସୁକୁମାର ସାହୁ, ଚନ୍ଦନ ପାତ୍ର, ବାଗାମ୍ବର ସାହୁ, ବାବୁଧର ସାହୁଙ୍କ ସହିତ ସମସ୍ତ ପଞ୍ଚାୟତବାସୀ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ଉକ୍ତ ରାସ୍ତା ପ୍ରତି ଦୃଷ୍ଟି ଦେଇ ତୁରନ୍ତ ପଥରପ୍ୟାଚିଂ କରି ମରାମତି କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri