ସିଜିୟୁ ଛାତ୍ରଙ୍କ ବିରଳ ସଫଳତା

ଭୁବନେଶ୍ୱର,୩୦।୧୦: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସି. ଭି. ରମଣ ଗ୍ଲୋବାଲ୍‌ ୟୁନିଭର୍ସିଟି (ସିଜିୟୁ)ର ହୋଟେଲ ମ୍ୟାନେଜମେଣ୍ଟ ଛାତ୍ର ସୁବ୍ରତ ପଟେଲ ଏକ ବିରଳ ସଫଳତାର ଅଧିକାରୀ ହୋଇଛନ୍ତି। ବିଶେଷକରି ସୁଇଜରଲାଣ୍ଡର ଲୁଜେନଠାରେ ଅନୁଷ୍ଠିତ ଓ୍ବାର୍ଲଡ୍‌ ସ୍କିଲ୍ସ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ସୁବ୍ରତ ରେଷ୍ଟୁରାଣ୍ଟ ସର୍ଭିସରେ ଭାରତ ପାଇଁ ମେଡାଲ ଅଫ୍‌ ଏକ୍ସଲେନ୍ସି ହାସଲ କରିଛନ୍ତି। ଏପରିକି ସିଜିୟୁର ଅଭିଳାଷ ଦାସଙ୍କ ତତ୍ତ୍ବାବଧାନରେ ସୁବ୍ରତ ରେଷ୍ଟୁରାଣ୍ଟ ସର୍ଭିସ ଟେକ୍ନୋଲୋଜି ଉପରେ ତାଙ୍କ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ। ଅପରପକ୍ଷରେ ସୁବ୍ରତ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟିରେ ହୋଟେଲ ମ୍ୟାନେଜମେଣ୍ଟରେ ସ୍ନାତକ କରୁଛନ୍ତି। ସୁବ୍ରତଙ୍କ ଏହି ସଫଳତା ପାଇଁ ତାଙ୍କୁ ସବୁ ସ୍ତରରେ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ମଧ୍ୟ ମିଳିଛି। ସେହିଭଳି ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ସି.ଭି. ରମଣ ଗ୍ଲୋବାଲ୍‌ ୟୁନିଭର୍ସିଟିର ଛାତ୍ରୀଛାତ୍ର ବିଭିନ୍ନ ସମୟରେ ଦେଶ ପାଇଁ ସୁନାମ ଆଣିବାରେ ଲାଗିଛନ୍ତି। ଉଲ୍ଲେଖଯୋଗ୍ୟ, ସୁଇଜରଲାଣ୍ଡର ଲୁଜେନଠାରେ ଓ୍ବାର୍ଲଡ ସ୍କିଲ୍ସ ପ୍ରତିଯୋଗିତା-୨୦୨୨ ଅନୁଷ୍ଠିତ ହୋଇଥିଲା। ଏଥିରେ ସାରା ଦେଶର ୫୮ ଜଣ ପ୍ରତିଯୋଗୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri