ରାଜ୍ୟରେ ବିରଳ ଘଟଣା ଦେଖିବାକୁ ମିଳୁଛି : ସମୀର

ଭୁବନେଶ୍ବର, ୧୪ା୬(ସୁନୀତ୍‌ ମିଶ୍ର): ବିଜେଡି ରାଜନୀତିକୁ ନେଇ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରଶ୍ନ କରିଛନ୍ତି। ତେବେ ବିଜେଡି କିନ୍ତୁ ସମୀର ତାଙ୍କ ଦଳରେ କୋଣଠେସା ହୋଇପଡ଼ିଥିବା କଥା କହି ପାଲଟା ଟାର୍ଗେଟ କରିଛି। ସମୀର ଟୁଇଟ୍‌ କରି କହିଛନ୍ତି, ଓଡ଼ିଶାରେ କିଛିଦିନ ହେବ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ଦେଖିବାକୁ ମିଳୁଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ରହି ତାଙ୍କ ବ୍ୟକ୍ତିଗତ ସହାୟକଙ୍କୁ ରାଜ୍ୟର ବିକାଶର କାମ ଦେଇଥିବା ନଜରକୁ ଆସୁଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ରାଜ୍ୟର ବିଭିନ୍ନ ସ୍ଥାନ ବୁଲି ଜନସାଧାରଣଙ୍କୁ ଅବଗତ କରାଉଛନ୍ତି, ଲୋକଙ୍କ କଥାକୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚାଇବା ପାଇଁ ସେମାନଙ୍କ ନିକଟକୁ ନବୀନ ତାଙ୍କୁ ପଠାଇଛନ୍ତି ା ସାମ୍ବିଧାନିକ ବ୍ୟବସ୍ଥାରେ ମନ୍ତ୍ରୀ, ଏମ୍‌ପି, ବିଧାୟକ, ଜିଲା ପରିଷଦ ଓ ସରପଞ୍ଚ ଜନସାଧାରଣଙ୍କ ସମସ୍ୟା ବୁଝିବା ପାଇଁ ରହିଥାନ୍ତି। ଓଡ଼ିଶାରେ କିନ୍ତୁ ଏହାର ବିପରୀତ ତଥା ବିରଳ ଘଟଣା ଦେଖିବାକୁ ମିଳୁଛି। ଏମ୍‌ପି ଓ ବିଧାୟକମାନେ ବ୍ୟକ୍ତିଗତ ସହାୟକଙ୍କ ପାଇଁ ମଞ୍ଚ ବାନ୍ଧିବାଠାରୁ ଲୋକ ଯୋଗାଡ କାର୍ଯ୍ୟରେ ନିୟୋଜିତ ଅଛନ୍ତି, ଯାହା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ବୋଲି ସମୀର କହିଛନ୍ତି।
ତେବେ ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଟୁଇଟ୍‌ କରି କହିଛନ୍ତି, ରାଜ୍ୟ ରାଜନୀତିରେ ନିଜ ଦଳରୁ କୋଣଠେସା ହୋଇଥିବା ରାଜ୍ୟ ଭାଜପାର ଜଣେ ବରିଷ୍ଠ ନେତା କିଭଳି ଈର୍ଷାନ୍ବିତ ଓ ନିରାଶ ହୋଇପଡ଼ିଛନ୍ତି ତାହା ତାଙ୍କ ବିବୃତିରୁ ଜଣାପଡିଯାଉଛି। ଯେତେବେଳେ ରାଜ୍ୟ ସରକାର ଭଲ କାମ କରୁଛନ୍ତି ଏବଂ ଲୋକଙ୍କ ନିକଟରେ ପହଞ୍ଚୁଛନ୍ତି ସେତେବେଳେ ଏହି ନେତା ଜଣକ କାହିଁକି ଭୟଭୀତ ଓ ଈର୍ଷାନ୍ବିତ ହେଉଛନ୍ତି କୁହନ୍ତୁ। ଏହି ନେତା କହିପାରିବେ କି ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାରେ କେତୋଟି କେନ୍ଦ୍ରୀୟ ବିଦ୍ୟାଳୟ, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଶନ ଅଫ୍‌ ଏମିନେନ୍ସ ପ୍ରତିଷ୍ଠା କରାଯାଇଛି। ଗତ ୯ ବର୍ଷରେ ସମ୍ବଲପୁରରୁ କଟକ ଏବଂ ଡୁବୁରିରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ଜାତୀୟ ରାଜପଥ ଅତ୍ୟନ୍ତ ଖରାପ ଅବସ୍ଥାରେ ରହିଛି। ଏହି ଜାତୀୟ ରାଜପଥଗୁଡ଼ିକର ନିର୍ମାଣ ସାରିବା ପାଇଁ ଏହି ନେତା ଜଣଙ୍କ କ’ଣ କରିଛନ୍ତି। ସମୀରଙ୍କ କିଛି ଟୁଇଟ୍‌ ମଧ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ। ସେ ହୁଏତ ଜାଣି ନ ଥିବେ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ କ’ଣ ଟୁଇଟ୍‌ କରାଯାଇଛି ବୋଲି ସସ୍ମିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri