ବଡ଼ବିଲ,୨।୪ (ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପିଏଚ୍ଡିସ୍ଥିତ ଐକ୍ୟକ୍ଷେତ୍ର ପରିସରରେ ଫୁଟିଛି ଦୁର୍ଲଭ ସହସ୍ର ଦଳ କମଳ ବା ଏକ ହଜାର ପାଖୁଡା ବିଶିଷ୍ଟ ପଦ୍ମଫୁଲ। ପ୍ରକୃତିପ୍ରେମୀ ବିଜୟ ମହାନ୍ତିଙ୍କ ଚେଷ୍ଟାରେ ଏଭଳି ଦୁର୍ଲଭ ଫୁଲ ଦେଖିବାକୁ ମିଳିଛି। ବିଦେଶରୁ ଆମଦାନୀ ହୋଇଥିବା ଉକ୍ତ ପଦ୍ମଫୁଲର କନ୍ଦାକୁ ସେ ଗତ ବର୍ଷ କୋଲକାତାରୁ ଆଣିଥିଲେ। ଏକ ଡ୍ରମରେ ପାଣି ମାଟି ମିଶାଇ ପଙ୍କ ସୃଷ୍ଟି କରିବା ସହ କନ୍ଦାକୁ ରୋପଣ କରିଥିଲେ। ଶୁକ୍ରବାର ଆକର୍ଷଣୀୟ ଗୋଲାପୀ ରଙ୍ଗର ଏହି ହଜର ପାଖୁଡ଼ା ବିଶିଷ୍ଟ ପଦ୍ମଫୁଲଟି ଫୁଟିଥିଲା। ଏହାକୁ ଦେଖିବାକୁ ବିଜୟଙ୍କ ବଗିଚାରେ ଲୋକମାନଙ୍କର ଭିଡ଼ ଜମିଥିଲା। ତାଙ୍କ ବଗିଚାରେ ପଦ୍ମ, କଇଁ ଓ ଅନ୍ୟାନ୍ୟ ଫୁଲଗଛ ଲଗାଇଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All
ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…
ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…
ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…
ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା
ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…
ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି
କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…
କାର୍କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍
ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର…
କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ
ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…
ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ
ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…
ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍ବେଗ
ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

