ଜାଲରେ ପଡ଼ିଲା ବିରଳ ସାମୁଦ୍ରିକ ମାଛ

ବାଲିଆ,୨୧।୮(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କଣ୍ଟିଲୋ ନିକଟ ଦେବୀ ନଦୀରୁ ଶନିବାର ବିରଳ ପ୍ରଜାତିର ସାମୁଦ୍ରିକ ମାଛ ମିଳିଛି। ଏହି ଗ୍ରାମର କିଛି ମତ୍ସଜୀବୀ ଦେବୀ ନଦୀରେ ଜାଲ ପକାଉଥିବା ବେଳେ ଏହି ବିରଳ ପ୍ରଜାତିର ସାମୁଦ୍ରିକ ମାଛ ଜାଲରେ ପଡିଥିଲା। ମାଛଟି ସାଧାରଣ ମାଛ ଅପେକ୍ଷା ଦେଖିବାକୁ ସମ୍ପୂର୍ଣ୍ଣ ଅଲଗା। ଏହାର ୨ଟି ବଡ ବଡ ପର ଭଳି ଡେଣା ରହିଥିବା ବେଳେ ଓଜନ ପ୍ରାୟ ୫ କିଲୋ ହେବ। ଏହା ଏକ ଔଷଧୀୟ ମାଛ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏହାର ମୂଲ୍ୟ ୨୦ରୁ ୩୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ମାଛଟି ଜାଲରେ ପଡିବା ପ୍ରଚାର ହେବା ପରେ ତାକୁ ଦେଖିବାକୁ ନଦୀ କୂଳରେ ପ୍ରବଳ ଜନଗହଳି ହୋଇଥିଲା। ନଦୀରେ ବନ୍ୟା ଆସିଥିବାରୁ ଏହି ବିରଳ ପ୍ରଜାତିର ମାଛ ସମୁଦ୍ରରୁ ଉଠି ଆସିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?