ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ ମନ୍ତ୍ରୀ, ବିଧାୟକମାନଙ୍କ ଗୋଡ଼ାପଳା ଦୃଶ୍ୟ ସାଙ୍ଗକୁ ମାରଧର ଏବଂ ଠେଲାପେଲା ଉପସ୍ଥିତ ସୁରକ୍ଷାକର୍ମୀ ଏବଂ ସଦସ୍ୟଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି କରିଛି। ପରିସ୍ଥିତି ଏପରି ହୋଇଥିଲା ଯେ ବିଜେଡିର ଜଣେ ବାହାର ସମର୍ଥକଙ୍କ ଶାର୍ଟକୁ ଭାଜପା ସଦସ୍ୟ ଚିରି ଠେଲାପେଲା କରିଥିଲେ। ଅନ୍ୟପକ୍ଷରେ ବିଜେଡିର କେତେକ ସଦସ୍ୟ ଭାଜପା ସଦସ୍ୟଙ୍କୁ ଠେଲାପେଲା କରିଥିବା ଦେଖାଯାଇଥିଲା।
ସକାଳ ୯ଟାରେ ଭୋଟିଂ ଆରମ୍ଭ ହେବା ପରେ ମତଦାନ ପ୍ରକ୍ରିୟା ସୁରୁଖୁରୁରେ ଚାଲିଥିଲା। ଅପରାହ୍ନ ପ୍ରାୟ ୨ଟାବେଳକୁ ଏକ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ଜୟଦେବ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ନବ କିଶୋର ମଲ୍ଲିକ ଜଣେ ବାହାର ଲୋକଙ୍କ ସହ ଭୋଟଦେବାକୁ ମତଦାନ କେନ୍ଦ୍ର(୫୪ ନମ୍ବର ପ୍ରକୋଷ୍ଠ) ଭିତରକୁ ପଶିବା ନେଇ ବିଜେଡି ବିଧାୟକ ଓ ଅନ୍ୟ ସଦସ୍ୟ(ତନ୍ମୟ ସ୍ବାଇଁ) ବିରୋଧ କରିଥିଲେ। ଏହି ସମୟରେ ନବଙ୍କୁ ଭାଜପା ବିଧାୟକମାନେ ଭୋଟଦାନ କକ୍ଷକୁ ଟାଣି ନେବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ପ୍ରଥମେ ବିଜେଡି ଓ ଭାଜପା ବିଧାୟକଙ୍କ ମଧ୍ୟରେ କଥା କଟାକଟି ଓ ପରେ ଠେଲାପେଲା ହୋଇଥିଲା। ନବ ମଲ୍ଲିକଙ୍କୁ ନେଇ ଦୁଇ ଦଳର ବିଧାୟକମାନଙ୍କ ମଧ୍ୟରେ ଏକପ୍ରକାର ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା।
ବିଜେଡି ବିଧାୟକ ତୁଷାରକାନ୍ତି ବେହେରା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଜଣେ ଅଜଣା ବ୍ୟକ୍ତି ନବଙ୍କୁ ଧରି ମତଦାନ କେନ୍ଦ୍ରକୁ ଆସିଥିଲେ। ଏହି ସମୟରେ ସେ ଭୋଟଦେବାକୁ ଲାଇନ୍‌ରେ ଛିଡ଼ା ହୋଇଥିବା ବେଳେ ତାଙ୍କ ହାତକୁ ଧରି ଭାଜପା ସଦସ୍ୟମାନେ ଟାଣିଥିଲେ। ଆମେ ତାଙ୍କୁ ଟଙ୍କା ଦେଇଛୁ, ତେଣୁ ଭୋଟଦେବା ଲାଗି ସେମାନେ ଚାପ ପକାଇଥିଲେ। ଏହାକୁ ନେଇ ବିଜେଡି ଓ ଭାଜପା ସଦସ୍ୟଙ୍କ ମଧ୍ୟରେ କଥା କଟାକଟି ପର୍ଯ୍ୟନ୍ତ ଯାଇଥିଲା। ଏହା ଗଣତନ୍ତ୍ରର ହତ୍ୟା ବୋଲି ତୁଷାରକାନ୍ତି କହିଛନ୍ତି। ଏତେ ସୁରକ୍ଷା ବଳୟ ଭିତରେ ବିଧାନସଭା ପରିସରକୁ ଜଣେ ଅଜଣା ବ୍ୟକ୍ତି କିଭଳି ପଶିଲେ ଏବଂ ଘୋଡ଼ା ବେପାର କଥା କହି ସେ ଅସନ୍ତୋଷ ଝାଡ଼ିଥିଲେ। ଅନ୍ୟପକ୍ଷରେ ଭାଜପା ସଦସ୍ୟ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ କହିଥିଲେ, ଆମେ ନବଙ୍କୁ କେବଳ ସୁରକ୍ଷା ଦେଇଛୁ। ବିଜେଡି ସଦସ୍ୟମାନେ ବରଂ ତାଙ୍କୁ ଧମକ ଚମକ ଦେଉଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri