ବିରଳ ବାତ୍ୟା! ଦାନାର ନାହିଁ ଆଖି

ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି ଆସୁଛି ଦାନା। ତେବେ ଏହାରି ଭିତରେ ଦାନାର ଆଖିକୁ ନେଇ ଆସିଛି ବଡ଼ ଖବର। ଆଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ଗଣମାଧ୍ୟମକୁ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହେବନି। ଦାନାର ଆଖି ନାହିଁ। ବହୁତ ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ। ଦାନା ଭୀଷଣ ବାତ୍ୟାରେ ସୀମିତ ଥିବାରୁ ଆଖି ସୃଷ୍ଟି ହୋଇନାହିଁ।

ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୨କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

ଭୀଷଣ ରୂପରେ ଆସୁଥିବା ’ଦାନା’ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଜିଲାଗୁଡିକୁ ଅତିରୁ ଅତିପ୍ରବଳ ବର୍ଷା ଜାରି ରହିବ। ସଂଲଗ୍ନ ଜିଲାଗୁଡିକୁ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଜୁଆରର ପ୍ରଭାବ ଉପକୂଳରେ ଉପକୂଳବର୍ତ୍ତୀ ଜିଲା ଯଥା କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଉପକୂଳରେ ସମୁଦ୍ର ଜୁଆର ୧ରୁ ୨ ମିଟର ଅଧିକ ଉଚ୍ଚ ରହିବ।

ବାତ୍ୟା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବାବେଳେ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ସୂଚନା ଅନୁସାରେ, ଏବେ ଏହା ୧୨ କିଲୋମିଟର ବେଗରେ ଆଗଉଛି । ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri