ଆପୋଲୋରେ ବିରଳ ସଫଳତା

ଭୁବନେଶ୍ୱର,୧୬।୯:ରାଜ୍ୟର ପ୍ରମୁଖ ଘରୋଇ ମେଡିକାଲ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ନିକଟରେ ଏକ ବିରଳ ଅସ୍ତ୍ରୋପ୍ରଚାର ସଫଳତାର ସହ ଶେଷ କରାଯାଇଛି। ବିଶେଷକରି ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଆପୋଲୋ ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ଏପରିକି ରାଜ୍ୟରେ ପ୍ରଥମଥର ପାଇଁ ଜଣେ ମୃତ ବାଳକର ୨କିଡ୍‌ନୀ ୨ଜଣ ରୋଗୀଙ୍କ ଶରୀରରେ ସଫଳତା ପୂର୍ବକ ପ୍ରତିରୋପଣ କରାଯାଇଛି। ଫଳରେ ଆପୋଲୋରେ ଚିକିସତ୍ିତ ହେଉଥିବା ୨୯ବର୍ଷୀୟ ପ୍ରୀତମ୍‌ ପ୍ରସାଦ ସ୍ବାଇଁ ଏବଂ ୫୫ ବର୍ଷୀୟା ଊର୍ମିଳା ପଣ୍ଡାଙ୍କୁ ନୂଆ ଜୀବନ ମିଳିଛି ବୋଲି ଉଭୟ ରୋଗୀ ଓ ମେଡିକାଲ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲର ସିଓଓ ତଥା ଡିଏମ୍‌ଏସ୍‌ ଡା. ଆଲୋକ ଶ୍ରୀବାସ୍ତବ କହିଛନ୍ତି, ଏହି ବିରଳ ସଫଳ ଅସ୍ତ୍ରୋପଚାର ପାଇଁ ସେ ଡା. ଅଧିକାରୀ ଏବଂ ଡା. ମହାନ୍ତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିଶେଷକରି ଶେଷ ମୁହୂର୍ତ୍ତରେ ଖବର ପାଇଥିଲେ ମଧ୍ୟ ଆମର ପରାମର୍ଶଦାତା ଓ ବିଶେଷଜ୍ଞ ଡାକ୍ତରମାନେ ପରିସ୍ଥିତିକୁ ପରିାଳନା କରିଥିଲେ ଏବଂ ସଫଳତାର ସହ କିଡ୍‌ନୀ ପ୍ରତିରୋପଣ କରିଥିଲେ ବୋଲି ଶ୍ରୀବାସ୍ତବ କହିଛନ୍ତି। ଏପରିକି ଆପୋଲୋ ହସ୍ପିଟାଲ ସହ ଯୋଗାଯୋଗ କରିଥିବାରୁ ଶ୍ରୀବାସ୍ତବ ସୋଟୋକୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri